Advertisment

ମାଡ଼ି ଆସୁଛି ବଡ଼ ବର୍ଷା, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ବଙ୍ଗୋପସାଗରରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ୮ଟି ଜିଲ୍ଲାରେ ପ୍ରବଳ ଓ ୯ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷିବ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରାଇ ଦେଇଛି। ଲଘୁଚାପ ପ୍ରଭାବରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, […]

ଅଦ୍ୟତନ ହୋଇଛି
ରାତିରେ ପ୍ରବଳ ବର୍ଷିବ, ଘଡ଼ଘଡି ବି ମାରିବ

16ORIRAIN1_192845

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ବଙ୍ଗୋପସାଗରରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।

Advertisment

୮ଟି ଜିଲ୍ଲାରେ ପ୍ରବଳ ଓ ୯ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷିବ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରାଇ ଦେଇଛି।

ଲଘୁଚାପ ପ୍ରଭାବରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ହେବ।

Advertisment

ଅନୁଗୋଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ପୁରୀ, ଦେବଗଡ଼, ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ। ଏହି ସମୟରେ ଘଡଘଡ଼ି ମାରିବା ସହିତ ପ୍ରବଳ ବେଗରେ ପବନ ବହିବ। ତେଣୁ ଏହି ସମୟ ଭିତରେ ସମୁଦ୍ର ଅଶାନ୍ତ ରହିବ। ଆଜି ସନ୍ଧ୍ୟା ପୂର୍ବରୁ ସମୁଦ୍ରରୁ ଫେରିଆସିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

ସେହିପରି ସୋଆ ବିଶ୍ୱବିଦ୍ୟାଳୟର ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ କୁହାଯାଇଛି ଯେ ଆସନ୍ତାକାଲି ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଅପରାହ୍ଣରେ ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ବୁଧବାର ଓ ଗୁରୁବାର ଦିନ ସମ୍ବଲପୁର, ଦେବଗଡ, ସୁନ୍ଦରଗଡ ଏବଂ ଝାରସୁଗୁଡାରେ ଅଧିକରୁ ଅଧିକ ବର୍ଷା ହେବାର ଆଶଙ୍କା ରହିଛି । ଏହା ବ୍ୟତୀତ ଅନୁଗୁଳ, ଢ଼େଙ୍କାନାଳ, ବରଗଡ, ସୋନ୍ପୁର, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ଯାଜପୁର ଓ କଟକରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ ବୋଲି ସିଇସି ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି ।

ଗୁରୁବାର ଓ ଶୁକ୍ରବାର ଦିନ ଛତିଶଗଡରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସେ କହିଛନ୍ତି ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe