ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ୭ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, କଟକରେ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଆଜି ସନ୍ଧ୍ୟା ୭ଟା ୩୦ ମିନିଟ୍ ପର୍ଯ୍ୟନ୍ତ ସତର୍କ ରହିବା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।
ସୂଚନାଯୋଗ୍ୟ ଯେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଏକ କ୍ଷୀଣ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସେହିପରି ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣବଳୟ ମଧ୍ୟ ରହିଛି। ଏହାର ପ୍ରଭାବରୁ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ।
ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ବନ୍ୟା ସ୍ଥିତି ଉପୁଜିପାରେ ବୋଲି ଆଶଙ୍କା କରାଯାଉଛି। ତେଣୁ ଆବଶ୍ୟକ ପଦକ୍ଷେପ ନେବା ସହ ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏହି ସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମହମବତୀ, ପିଇବା ପାଣି ଓ ଔଷଧ ଆଦି ମହଜୁଦ କରି ରଖିବାକୁ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।