ବଙ୍ଗୋପସାଗରରେ ଅବପାତ: ଆଜି ସନ୍ଧ୍ୟା ଓ କାଲି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉପଗ୍ରହ ଚିତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଉତ୍ତର ଓଡିଶାର ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପକୂଳ ଓ ପଶ୍ଚିମବଙ୍ଗ ଉପକୂଳରେ ଏକ ଅବପାତ ସୃଷ୍ଟି ହୋଇଛି। ଏହା ବାଲେଶ୍ୱରର ଦକ୍ଷିଣ ପୂର୍ବ ଦିଗରେ ପ୍ରାୟ ୧୬୦ କିଲୋମିଟର ଓ ପଶ୍ଚିମବଙ୍ଗ ଦିଘାର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ପ୍ରାୟ ୧୩୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ସେହିପରି ଆଗାମୀ ୪୮ ଘଣ୍ଟା ମଧ୍ୟରେ […]

ee

Hemant Lenka
  • Published: Tuesday, 06 August 2019
  • , Updated: 06 August 2019, 05:05 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉପଗ୍ରହ ଚିତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଉତ୍ତର ଓଡିଶାର ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପକୂଳ ଓ ପଶ୍ଚିମବଙ୍ଗ ଉପକୂଳରେ ଏକ ଅବପାତ ସୃଷ୍ଟି ହୋଇଛି।

ଏହା ବାଲେଶ୍ୱରର ଦକ୍ଷିଣ ପୂର୍ବ ଦିଗରେ ପ୍ରାୟ ୧୬୦ କିଲୋମିଟର ଓ ପଶ୍ଚିମବଙ୍ଗ ଦିଘାର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ପ୍ରାୟ ୧୩୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ସେହିପରି ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ଓଡିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବ।

ଏହାର ପ୍ରଭାବରେ ଅଗଷ୍ଟ ୬ ଓ ୭ରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବ। ଏହାବାଦ୍‌ କେତେକ ସ୍ଥାନରେ ପ୍ରବଳ ବର୍ଷା ଏବଂ ଅଳ୍ପ କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା (୨୦ ସେମିରୁ ଅଧିକ) ହେବାର ସମ୍ଭାବନା ରହିଛି। ଏହି ସମୟରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ୪୫-୬୫ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ବେଳେ ପବନର ବେଗ ୬୫ କିମି ମଧ୍ୟ ଛୁଇଁବାର ଆଶଙ୍କା ରହିଛି।

ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ୩୫-୪୦ କିଲୋମିଟର ବେଗରେ ପବନ ବହିବ ଓ ଏହା ବେଳେବେଳେ ୫୦ କିମି ଛୁଇଁବାର ସମ୍ଭାବନା ରହିଛି । ଅବପାତ ପ୍ରଭାବରେ ଅଗଷ୍ଟ ୬ ଓ ୭ରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ଆଗାମୀ ୪୮ ଘଣ୍ଟା ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

Related story