ଆଜିଠୁ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ; ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜିଠାରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିପାରେ। ସେଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବିଶେଷ କରି ଉତ୍ତର ଓଡ଼ିଶା ଓ ଉତ୍ତର ଉପକୂଳ ଓଡ଼ିଶାରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ସେହିପରି ସୁନ୍ଦରଗଡ଼, କେନ୍ଦୁଝର ଓ ଦେବଗଡ଼ ଜିଲ୍ଲାରେ ମଧ୍ୟ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଦକ୍ଷିଣ ଓଡ଼ିଶାର […]

rain1

Jitendra Garnayak
  • Published: Sunday, 31 March 2019
  • , Updated: 31 March 2019, 10:32 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜିଠାରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିପାରେ। ସେଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ବିଶେଷ କରି ଉତ୍ତର ଓଡ଼ିଶା ଓ ଉତ୍ତର ଉପକୂଳ ଓଡ଼ିଶାରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ସେହିପରି ସୁନ୍ଦରଗଡ଼, କେନ୍ଦୁଝର ଓ ଦେବଗଡ଼ ଜିଲ୍ଲାରେ ମଧ୍ୟ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। କନ୍ଧମାଳ ଓ ରାୟଗଡ଼ାରେ ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ।

ଆଜି ଓ ଆସନ୍ତାକାଲି ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକରେ କାଳବୈଶାଖୀର ପ୍ରଭାବ ଅଧିକ ରହିବା ନେଇ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

ଅନ୍ୟପକ୍ଷରେ ଆସନ୍ତା ୪/୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହିଟ୍‌ ୱେଭ୍‌କୁ ନେଇ କୌଣସି ସତର୍କ ସୂଚନା ନାହିଁ ବୋଲି କୁହାଯାଇଛି। ଗତକାଲି ରାଜ୍ୟରେ ୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା।

Related story