ବଙ୍ଗୋପସାଗରରେ ଲଘୁଚାପ: ଉତ୍ତର ଓଡ଼ିଶାରେ ଛେଚିବ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ମହାନଦୀ, ବ୍ରାହ୍ମଣୀ ଉପର ମୁଣ୍ଡ ଓ ସୁବର୍ଣ୍ଣରେଖା ଅବବାହିକାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଲଘୁଚାପ ଯୋଗୁଁ ଉତ୍ତର ଓଡ଼ିଶାରେ ପ୍ରବଳ ବେଗରେ ପବନ ବୋହିବ। ପବନର ବେଗ ୪୫ରୁ ୫୦ କିମି ରହିଛି। […]

Rakesh Mallick
  • Published: Tuesday, 19 September 2017
  • , Updated: 19 September 2017, 08:50 PM IST

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ମହାନଦୀ, ବ୍ରାହ୍ମଣୀ ଉପର ମୁଣ୍ଡ ଓ ସୁବର୍ଣ୍ଣରେଖା ଅବବାହିକାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଲଘୁଚାପ ଯୋଗୁଁ ଉତ୍ତର ଓଡ଼ିଶାରେ ପ୍ରବଳ ବେଗରେ ପବନ ବୋହିବ। ପବନର ବେଗ ୪୫ରୁ ୫୦ କିମି ରହିଛି। ବେଳେ ପବନର ବେଗ ୬୦ କିମି ମଧ୍ୟ ଅତିକ୍ରମ କରିପାରେ। ଏହି ସମୟରେ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।।

Related story