୧୨ ଘଣ୍ଟା ମଧ୍ୟରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଦର୍ଭ ଓ ତା’ର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାସହ ଉତ୍ତର ପ୍ରଦେଶଠାରୁ ଦକ୍ଷିଣ ଛତିଶଗଡ଼ ପର୍ଯ୍ୟନ୍ତ ଏକ ଟ୍ରପ୍‌ ଲାଇନ ରହିଛି।  ଏହାର ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ଆସନ୍ତା ୩୬ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରର ସ୍ଥାନେ ସ୍ଥାନେ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି।  […]

images-567

Jyoshna Pradhan
  • Published: Monday, 28 January 2019
  • , Updated: 28 January 2019, 07:56 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଦର୍ଭ ଓ ତା’ର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାସହ ଉତ୍ତର ପ୍ରଦେଶଠାରୁ ଦକ୍ଷିଣ ଛତିଶଗଡ଼ ପର୍ଯ୍ୟନ୍ତ ଏକ ଟ୍ରପ୍‌ ଲାଇନ ରହିଛି।  ଏହାର ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି।

ଏହା ସହିତ ଆସନ୍ତା ୩୬ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରର ସ୍ଥାନେ ସ୍ଥାନେ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି।  ଏହାର ପ୍ରଭାବରେ ରାତିର ତାପମାତ୍ରା ୩ରୁ ୪ ଡିଗ୍ରୀ କମିବା ସହିତ ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ କହିଛି।

 

 

Related story