ଭୁବନେଶ୍ୱର: ମିଛ ସତ୍ୟପାଠ ଓ ଭୁଲ ତଥ୍ୟ ଦେଇ ପ୍ଲଟ୍ ଓ ଫ୍ଲାଟ ନେଇଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ସାଧାରଣ ପ୍ରଶାସନ ବିଭାଗ। ତାରାଦତ୍ତ ଟାସ୍କଫୋର୍ସ ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତ ମୋଡାଲିଟି, କେମିତି କାର୍ଯ୍ୟକାରୀ ହେବ ସେ ନେଇ ଖସଡ଼ା ପ୍ରସ୍ତୁତି କରିଛି ବିଭାଗ। ସେହିପରି ସ୍କିମ ଆରମ୍ଭ ପୂର୍ବରୁ ଆବଣ୍ଟିତ ଓ ତୃତୀୟ ପକ୍ଷକୁ ହସ୍ତାନ୍ତର ପ୍ଲଟ ଓ ଫ୍ଲାଟ ମାମଲାରେ ମଧ୍ୟ କେମିତି କାର୍ଯ୍ୟାନୁଷ୍ଠାନ ହେବ ସେଥିପାଇଁ ବ୍ୟବସ୍ଥା ହୋଇଛି। କାର୍ଯ୍ୟାନୁଷ୍ଠାନ ପୂର୍ବରୁ ନୋଟିସ ଜାରି କରାଯିବ। ଉତ୍ତର ମଗାଯିବ। ତା’ପରେ ଫୌଜଦାରି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପ୍ରିନସିପଲସ୍ ଅଫି ନାଚୁରାଲ ଜଷ୍ଟିସ ବା ଉପଯୁକ୍ତ ନ୍ୟାୟିକ ନୀତି ଅନୁସାରେ କାର୍ଯ୍ୟାନୁଷ୍ଠାନ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।