ଭବାନୀପାଟଣା( ରାଜକୁମାର ସିଂଦେଓ) : କଳାହାଣ୍ଡି ଜିଲ୍ଲା ଭବାନୀପାଟଣାସ୍ଥିତ ଶମ୍ଭୁନଗରପଡ଼ାରେ ଥିବା ‘ପ୍ରୟାସ’ ଆଶ୍ରୟ ଗୃହରେ ନାବାଳିକା ଅନ୍ତେବାସୀଙ୍କୁ ଅସଦାଚରଣ ଅଭିଯୋଗ ଆସିବା ପରେ ତତ୍ପର ହୋଇଉଠିଛି ଜିଲା ପ୍ରଶାସନ। ବଲାଙ୍ଗିରର ଜଣେ ପୀଡ଼ିତାଙ୍କ ମା’ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଉଠାଇବା ପରେ ଘଟଣାର ଖୋଳତାଡ଼ ଆରମ୍ଭ ହୋଇଛି ।
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ କର୍ତ୍ତୃପକ୍ଷ ଓ ଉପଜିଲ୍ଲାପାଳ ଗତକାଲି ରାତିଅଧିଆ ଏହି ଆଶ୍ରୟ ଗୃହରେ ଚଢ଼ାଉ କରିଥିଲେ। ସେମାନେ ବିଭିନ୍ନ କାଗଜପତ୍ର ଯାଞ୍ଚ କରିବା ସହ କର୍ମଚାରୀଙ୍କୁ ପଚରାଉଚରା କରିଥିଲେ। ତେବେ ତଦନ୍ତ ନେଇ କୌଣସି ମତାମତ ଦେବାକୁ ମନା କରିଦେଇଛନ୍ତି ଏହି ଅଧିକାରୀମାନେ। ଅନ୍ୟପକ୍ଷରେ ସଂସ୍ଥାର ନିର୍ଦ୍ଦେଶକ କହିଛନ୍ତି ଯେ, ଏହା ତାଙ୍କ ବିରୋଧରେ ଷଡ଼ଯନ୍ତ୍ର ।
ଦୀର୍ଘ ଦିନ ଧରି ସହରରେ ଥିବା ଏହି ଆଶ୍ରୟ ଗୃହ ସହାୟକଙ୍କ ସହାୟତାରେ ଅନୁଷ୍ଠାନର ନିର୍ଦ୍ଦେଶକ ସରୋଜ ଦାସ ଲଜ୍ଜାଜନକ କାଣ୍ଡ ଭିଆଉଥିବା ଅଭିଯୋଗ ଆସିଥିଲା। ଏଥିସହ ତାଙ୍କୁ ଆଶ୍ରୟ ଗୃହର ଅନ୍ୟ ବରିଷ୍ଠ ମହିଳା କର୍ମଚାରୀ ସହଯୋଗ କରୁଥିବା ମଧ୍ୟ ଅଭିଯୋଗ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।
Politics
ଯାଜପୁର କଳିରେ ଲମ୍ଫ ମାରିଲେ ପ୍ରମିଳା; ପ୍ରତି ଆକ୍ରମଣ କଲେ ହିମାଂଶୁ
ହିମାଂଶୁ-ଲଲ-ବବି କଳିରେ ଏଣ୍ଟ୍ରୀ ମାରି ଗଣମାଧ୍ୟମରେ ପ୍ରମିଳା କହିଥିଲେ, ଧର୍ମଶାଳା ବିଧାୟକ ମିଛ କହୁଛନ୍ତି। ଗାଡିରୁ ସେ ଓହ୍ଲାଇ ନାହାଁନ୍ତି। ତାଙ୍କୁ କିଏ ଆକ୍ରମଣ କଲା
Special
ଅପେକ୍ଷା କରିଥିଲେ ପ୍ରେମିକା! ଜେଲ୍ରୁ ଆସି ବାହାହେଲେ
ପରିବାର ଲୋକଙ୍କ ବାରଣ ଯୋଗୁ ପୂର୍ଣ୍ଣିମାଙ୍କ ସହିତ କଥାବାର୍ତ୍ତା ବନ୍ଦ କରିଦେଲେ ଶୁକଦେବ। ପୂର୍ଣ୍ଣିମା ଫୋନ୍ କଲେ ସେ ଉଠାଉନଥିଲେ। ଯାହାକୁ ନେଇ ଚିନ୍ତାରେ ପଡ଼ି ଯାଇଥିଲେ ପୂର୍ଣ୍ଣିମା।