ନରସିଂହପୁର(ଦିଲ୍ଲୀପ ପଣ୍ଡା): କଟକ ଜିଲ୍ଲା ବଡମ୍ବା ଥାନା ଅନ୍ତର୍ଗତ କୃଷ୍ଣଚନ୍ଦ୍ରପୁର ଗ୍ରାମରେ ଥିବା କ୍ୱାରେଣ୍ଟାଇନ୍ ସେଣ୍ଟର ପାଚେରୀ ବାହାରୁ ଆଜି ଭୋରରୁ ଜଣେ ପ୍ରବାସୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପୁଲିସ୍ ପହଞ୍ଚି ଘଟଣାର ଖୋଳତାଡ଼ ଆରମ୍ଭ କରିଛି।
ମୃତ ପ୍ରବାସୀଜଣକ ଗତ ୨୬ ତାରିଖରେ ମୁମ୍ବାଇରୁ ଆସିଥିବା ବେଳେ କୃଷ୍ଣଚନ୍ଦ୍ରପୁରସ୍ଥିତ କ୍ୱାରେଣ୍ଟାଇନ୍ ସେଣ୍ଟରରେ ରହୁଥିଲେ। ତେବେ ଗତକାଲି ରାତିରେ ସେ ଖିଆପିଆ କରି ଶୋଇଥିବା ତାଙ୍କ ସାଥୀମାନେ କହିଛନ୍ତି। କିନ୍ତୁ ଆଜି ସକାଳୁ ସେଣ୍ଟରର ପାଚେରୀ ବାହାରେ ଏକ ବିଲରେ ତାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ଏ ସମ୍ପର୍କରେ ନରସିଂହପୁର ତହସିଲଦାର କହିଛନ୍ତି, ଉକ୍ତ ବ୍ୟକ୍ତିଙ୍କର ପୂର୍ବରୁ ମଧୁମେହ ଓ ହାର୍ଟ ସମସ୍ୟା ଥିବା ଜଣାଯାଇଛି । ତେଣୁ କ’ଣ ପାଇଁ ମୃତ୍ୟୁ ହୋଇଛି ସେ ସମ୍ପର୍କରେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଜଣାପଡ଼ିବ।
ତେବେ ସେ ବାହାରକୁ କ’ଣ ପାଇଁ ଓ କିପରି ଯାଇଥିଲେ, ଏଥିପାଇଁ କିଏ ଅନୁମତି ଦେଲା ସେ ନେଇ ପୁଲିସ୍ ଖୋଳତାଡ଼ ଜାରି ରଖିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।