ଓଡ଼ିଶୀ ନୃତ୍ୟଶିଳ୍ପୀ ମୀନତି ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୁରୁଖା ଅଭିନେତ୍ରୀ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ଡକ୍ଟର ମୀନତି ମିଶ୍ରଙ୍କ ପରଲୋକ ହୋଇଯାଇଛି। ସ୍ୱିଜରଲାଣ୍ଡରେ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କ ପକ୍ଷରୁ ସୂଚନା ମିଳିଛି। ମୀନତି  ଓଡ଼ିଆ କଥାଚିତ୍ର ଜଗତର ଜଣେ ଅଭିନେତ୍ରୀ, ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ଓଡ଼ିଶୀ ନୃତ୍ୟଗୁରୁ ଥିଲେ। ସେ ପଡ଼ିଶା ଘରେ ରହୁଥିବା ଗୁରୁ ଦେବ ପ୍ରସାଦ ଦାସଙ୍କଠାରୁ ୧୯୪୮ରେ ପ୍ରଥମେ ଶିକ୍ଷା ଆରମ୍ଭ କରିଥିଲେ । ଏହାର ଦୁଇବର୍ଷ ପରେ ପଦ୍ମବିଭୂଷଣ ଗୁରୁ କେଳୁଚରଣ […]

mmmmmmmmmmmmmmmmmmm

Tapaswini Nayak
  • Published: Monday, 06 January 2020
  • , Updated: 06 January 2020, 12:22 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୁରୁଖା ଅଭିନେତ୍ରୀ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ଡକ୍ଟର ମୀନତି ମିଶ୍ରଙ୍କ ପରଲୋକ ହୋଇଯାଇଛି। ସ୍ୱିଜରଲାଣ୍ଡରେ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କ ପକ୍ଷରୁ ସୂଚନା ମିଳିଛି।

ମୀନତି  ଓଡ଼ିଆ କଥାଚିତ୍ର ଜଗତର ଜଣେ ଅଭିନେତ୍ରୀ, ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ଓଡ଼ିଶୀ ନୃତ୍ୟଗୁରୁ ଥିଲେ। ସେ ପଡ଼ିଶା ଘରେ ରହୁଥିବା ଗୁରୁ ଦେବ ପ୍ରସାଦ ଦାସଙ୍କଠାରୁ ୧୯୪୮ରେ ପ୍ରଥମେ ଶିକ୍ଷା ଆରମ୍ଭ କରିଥିଲେ । ଏହାର ଦୁଇବର୍ଷ ପରେ ପଦ୍ମବିଭୂଷଣ ଗୁରୁ କେଳୁଚରଣ ମହାପାତ୍ର   ଓ ପରେ ଗୁରୁ ପଙ୍କଜ ଚରଣ ଦାସଙ୍କଠାରୁ ଓଡ଼ିଶୀ ଶିଖିଥିଲେ । ତିନି ଜଣ ବିଶିଷ୍ଟ ଗୁରୁଙ୍କଠାରୁ ସେ ଭିନ୍ନ ଭିନ୍ନ ଶୈଳୀର ନୃତ୍ୟ ଶିଖିଥିଲେ ।

୧୯୬୬ରେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଅଧ୍ୟକ୍ଷା ଭାବେ ନିଯୁକ୍ତି ପାଇ, ୧୯୯୨ ପର୍ଯ୍ୟନ୍ତ ଚାକିରିରେ ରହି ଅନେକ ନୃତ୍ୟଶିଳ୍ପୀଙ୍କୁ ତାଲିମ ଦେଇଛନ୍ତି ।

୧୯୬୩ ମସିହାରେ ସୂର୍ଯ୍ୟମୁଖୀ କଥାଚିତ୍ରରୁ ଅଭିନେତ୍ରୀ  ଜୀବନ ଆରମ୍ଭ କରିଥିବା ମୀନତି ସୂର୍ଯ୍ୟମୁଖୀ, ଅରୁନ୍ଧତୀ, ଭାଇଭାଉଜ ଓ ଜୀବନସାଥୀ ଫିଲ୍ମରେ  ଅଭିନୟ କରିଛନ୍ତି ।

ମୀନତି  ୨୦୧୨ ମସିହାରେ ପଦ୍ମଶ୍ରୀ ପୁରସ୍କାର ପାଇଥିଲେ। ଏହା ସହ ସେ ଗୁରୁ କେଳଚରଣ ମହାପାତ୍ର ସମ୍ମାନ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ ଓ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପାଇଥିଲେ।

ମୀନତି କଟକରେ ଜନ୍ମ ଗ୍ରହଣ କରିଥିଲେ । ପିଲାବେଳେ ସେ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ନୃତ୍ୟ ଦେଖି ଆକୃଷ୍ଟ ହେଇଥିଲେ ଓ ଘରୁ ଅନୁମତି ପାଇ ନାଚ ଶିଖିବା ଆରମ୍ଭ କରିଥିଲେ ।

 

 

 

 

 

Related story