ପାରଳାଖେମୁଣ୍ଡି (ଆଦର୍ଶ ଦାସ): ଅଧାରେ ରହିଗଲା ଭୋଜି ଖାଇବା ଆଶା। ଓଲଟି ପଡିଲା ମିନିଟ୍ରକ୍। ଫଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି। ଆର. ଉଦୟଗିରି ନିକଟ କଙ୍କଡ଼ାଗୁଡ଼ା ଛକ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।
ଘଟଣାସ୍ଥଳରେ ପୁଲିସ ଓ ଅଗ୍ନିଶମ ଗାଡି ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଆର୍.ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛି। ଆହତଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି।
ପୁଲିସ ସୂଚନା ମୁତାବକ, ଜମାଡିହ ଗାଁର ଲୋକେ ତୁମୁନ ଗାଁକୁ ଏକ ବିବାହ ପାଇଁ ବରଯାତ୍ରୀ ନେଇ ଯାଉଥିବା ବେଳେ ବାଟରେ 407 ଭ୍ୟାନର ଡ୍ରାଇଭର ଭାରସାମ୍ୟ ହରାଇବାରୁ ଗାଡିଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଳରେ ଏଥିରେ ଥିବା ୨୦ରୁ ଅଧିକ ଲୋକେ ଛିଟକି ପଡିଥିଲେ । ଘଟଣା ସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଛି । ମୃତକମାନେ ହେଲେ ଜନଥ ଦଦଳବେହେରା ଏବଂ ଗାୟତ୍ରୀ ବଡରଇତ ଏହି ଦୁଇଜଣ ଜାମଡିହ ଗାଁର ବୋଲି ଜଣାପଡିଛି ।
ଆର.ଉଦୟଗିରି ଥାନା ଅଧିକାରୀ ମମତା ନାୟକ ଘଟଣା ସ୍ଥଳରେ ପହଂଚି ମୃତଦେହକୁ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Special
ଚିନ୍ତାରେ ଚିନ୍ତାମଣିପୁର ଗ୍ରାମବାସୀ
୨୫ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ରାଜ୍ୟରେ ସରକାର କରିଥିଲା। କିନ୍ତୁ ତା’ ମଧ୍ୟରେ କଟକ ଜିଲ୍ଲାରେ ଥିବା ଚିନ୍ତାମଣିପୁର ଗାଁ ଲୋକଙ୍କ ସମସ୍ୟା ଦୂର ହୋଇପାରିଲା ନାହିଁ।

Guest Column
ଏକ ରାଜନୈତିକ ବିପର୍ଯ୍ୟୟ ଓ ଉତ୍ତୀର୍ଣ୍ଣ ହେବାର ସଂକଳ୍ପ
କେବଳ ଗୋଟିଏ ବିକଳ୍ପ ଭାବେ ଅନ୍ୟ ଏକ ରାଜନୈତିକ ଦଳ ମୁଣ୍ଡ ଟେକି ଉଠିଲେ ହୁଏତ ବିଜେଡିର ବିଦ୍ରୋହୀମାନେ ସେଥିରେ ସାମିଲ ହୋଇ ଆଗକୁ ପାଦ ବଢ଼ାଇବାର ବିଚାର କରିପାରନ୍ତେ।

Politics
ବିଜେଡି କାହାର: ପାଣ୍ଡିଆନ-ବବିଙ୍କ ପାଖରେ ଦଳୀୟ ପାଣ୍ଠି , ଆକ୍ସନ ନେବାକୁ ନବୀନ ଅକ୍ଷମ
ବିଜେଡି ଏବେ କାହାର ଓ କାହା ନିୟନ୍ତ୍ରଣରେ ଅଛି? ନବୀନ ପଟ୍ଟନାୟକଙ୍କ ବର୍ତ୍ତମାନର ଆଭିମୁଖ୍ୟ ଓ ଅସହାୟତାକୁ ଦେଖିବା ପରେ ଏଭଳି ପ୍ରଶ୍ନ ଉଠିବା ସ୍ୱାଭାବିକ ।

Politics
ବିଚରା ନବୀନ, ଅସହାୟତା ଜଳଜଳ: ପାଣ୍ଡିଆନଙ୍କ ପାଇଁ ମାମଲାତି କଲେ ୪ ସାଂସଦ, ଅସ୍ଥିରତା ପଛରେ ବବି
ନବୀନ ନିବାସରେ ସୋମବାର ‘ପାଣ୍ଡିଆନ ଗୋ-ବ୍ୟାକ୍’ ନାରା ଦେବା ପରେ ଚିହିଁକି ଉଠିଛନ୍ତି ଦଳର ୪ଜଣ ରାଜ୍ୟସଭା ସାଂସଦ।

Guest Column
ବିଶ୍ୱବିଦ୍ୟାଳୟ ସ୍ୱାୟତ୍ତତାରେ ରହିଛି ଉତ୍କର୍ଷ ସମ୍ଭାବନା
୨୦୨୫-୨୬ ବଜେଟ ଅଧିବେଶନର ୨୫ଶ ଦିବସରେ ଦୀର୍ଘ ସାଢେ ୧୨ ଘଣ୍ଟାର ପୁଙ୍ଖାନୁପୁଙ୍ଖ ଆଲୋଚନା ପରେ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକ ୨୦୨୪ ପାରିତ ହେବା ଯୁଗାନ୍ତକାରୀ। ପ୍ରାୟ ଦୁଇ ଦଶନ୍ଧି ପରେ ରାତି ତମାମ ସରଗରମ ଆଲୋଚନା କରାଗଲା। ଅପରାହ୍ନ ୪ରୁ ଭୋର ୪ଟା ୨୯ ପର୍ଯ୍ୟନ୍ତ ଜୋରଦାର ଆଲୋଚନା ପରେ ବିଶ୍ୱବିଦ୍ୟାଳୟ ସଂଶୋଧନ ବିଧେୟକ ୨୦୨୪ ପାରିତ ହେବା ଏକ ଭଲ ପଦକ୍ଷେପ।