୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ପାରଦ, ବଢ଼ିବ ଶୀତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ବଢ଼ିବ ଶୀତର ପ୍ରକୋପ। ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ରାତିର ତାପମାତ୍ରା। ରାଜ୍ୟରେ ଶୀତର ପ୍ରକୋପ ଆହୁରି ବଢ଼ିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ରାଜ୍ୟରେ ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇବ। ରାତିର ତାପମାତ୍ରା  ୩ ରୁ ୪ ଡିଗ୍ରୀ ତଳକୁ ଖସିବ। ରାଜ୍ୟରେ ଶୀତର […]

winter

  • Published: Saturday, 12 November 2022
  • , Updated: 12 November 2022, 01:55 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ବଢ଼ିବ ଶୀତର ପ୍ରକୋପ। ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ରାତିର ତାପମାତ୍ରା। ରାଜ୍ୟରେ ଶୀତର ପ୍ରକୋପ ଆହୁରି ବଢ଼ିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ରାଜ୍ୟରେ ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇବ। ରାତିର ତାପମାତ୍ରା  ୩ ରୁ ୪ ଡିଗ୍ରୀ ତଳକୁ ଖସିବ।

ରାଜ୍ୟରେ ଶୀତର ପ୍ରକୋପ ଆରମ୍ଭ ହୋଇଗଲାଣି। ପାହାନ୍ତିଆ ଓ ସନ୍ଧ୍ୟା ସମୟରେ ବେଶୀ ଶୀତ ଅନୁଭୂତ ହେଉଛି। ଏହା ସହ କିଛି ସ୍ଥାନରେ କୁହୁଡ଼ି ପଡୁଥିବା ଦେଖିବାକୁ ମିଳିଛି। ଫୁଲବାଣୀରେ ଅସମ୍ଭାଳ ଥଣ୍ଡା ହେଉଛି। ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗିବାଡ଼ିରେ ବରଫପାତ ମଧ୍ୟ ହେଉଛି।  ଶୀତରୁ ରକ୍ଷା ପାଇବା ଲାଗି ଲୋକେ ନିଆଁ ଜାଳି ବସି ରହୁଥିବା ବେଳେ ଆଉ କିଛି ଲୋକେ ପ୍ରାତଃ ଭ୍ରମଣ କରୁଛନ୍ତି।

 

 

Related story