ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସଂଧ୍ୟା ଯୋଗୁ ପୂର୍ବତନ ବାଚସ୍ପତି ଶରତ କରଙ୍କୁ ଗାର୍ଡ ଅଫ୍ ଅନର ଦିଆଗଲାନି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଅଭିଯୋଗର ଜବାବରେ ଆଜି ଏଭଳି ସ୍ପଷ୍ଟୀକରଣ ଦେଇଛନ୍ତି ଆଇନ ମନ୍ତ୍ରୀ ପ୍ରତାପ ଜେନା। ଗାର୍ଡ ଅଫ୍ ଅନର ପାଇଁ ପ୍ରସ୍ତୁତି ସରିଥିଲା, କିନ୍ତୁ ସଂଧ୍ୟା ଯୋଗୁ ଦିଆଯାଇପାରିଲାନି ବୋଲି ମନ୍ତ୍ରୀ କହିଛନ୍ତି।
ପରିବାରର ଇଚ୍ଛା କୋଭିଡ୍ କଟକଣା ମାନି ସବୁକିଛି କରାଗଲା। କୋଭିଡ୍ ଆକ୍ରାନ୍ତ ଥିବାରୁ ମରଶରୀର ବିଧାନସଭା ନିଆଯାଇ ପାରିଲାନି ବୋଲି କହିଛନ୍ତି ଆଇନ ମନ୍ତ୍ରୀ। ଶେଷ ସମ୍ମାନ ଜଣାଇବାକୁ ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ ମୁଖ୍ୟମନ୍ତ୍ରୀ ପଠାଇଥିଲେ ବୋଲି ସେ କହିଛନ୍ତି।
ଏତେବଡ଼ ରାଜନେତାଙ୍କୁ ଏଭଳି ଅବହେଳା ଦୁଃଖଦାୟକ ବୋଲି ପିସିସି ସଭାପତି ଗତକାଲି କହିବା ସହ ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ତେବେ ପିସିସି ସଭାପତି ଛୋଟପିଲା ଭଳି ମନ୍ତବ୍ୟ ଦେଇଛନ୍ତି ବୋଲି ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।
ମନ୍ତ୍ରୀ ପ୍ରତାପ ଜେନାଙ୍କ ମନ୍ତବ୍ୟ ଉପରେ ନିରଞ୍ଜନଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।