ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ଭବନଠାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ପେଟ୍ରୋଲିଅମ୍ ଓ ପ୍ରାକୃତିକ ବାଷ୍ପ ତଥା ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭେଟିଛନ୍ତି। ଏ ବିଷୟରେ ନିଜେ ଧର୍ମେନ୍ଦ୍ର ଟ୍ୱିଟ୍ କରିବା ସହ ନୂଆ ବର୍ଷର ଶୁଭକାମନା ଜଣାଇଛନ୍ତି।
ଏହି ଅବସରରେ ଧର୍ମେନ୍ଦ୍ର ଏବଂ ରାଷ୍ଟ୍ରପତି କୋବିନ୍ଦଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିବା ଜଣାପଡ଼ିଛି। ଏକ ଟ୍ୱିଟ୍ରେ ସେ କହିଛନ୍ତି, “ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ରାଷ୍ଟ୍ରପତି ଭବନଠାରେ ଭେଟିବା ସହ ତାଙ୍କୁ ନୂଆ ବର୍ଷର ଅଭିନନ୍ଦନ ଜଣାଇଲି। ବିଭିନ୍ନ ବିଷୟ ଉପରେ ତାଙ୍କ ସହ ଚର୍ଚ୍ଚା କଲି ଏବଂ ତାଙ୍କର ମାର୍ଗଦର୍ଶନ ନେଲି।”
ରାଷ୍ଟ୍ରପତି କୋବିନ୍ଦଙ୍କ ସହ ଏକ ଫଟୋ ମଧ୍ୟ ସେ ଏହି ଟ୍ୱିଟ୍ରେ ଯୋଡ଼ିଛନ୍ତି। ଏଥିରେ ଦୁହେଁ ହାତ ମିଳାଉଥିବା ଦେଖିବାକୁ ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ହିଟ୍ ଆଣ୍ଡ ରନ୍: ବିଏମ୍ଡବ୍ଲୁ ଧକ୍କାରେ ଚାଲିଗଲା ସାମ୍ବାଦିକଙ୍କ ଜୀବନ
ବାଇକ୍ରେ ଯାଉଥିବା ଜଣେ ଭିଡିଓ ଜର୍ଣ୍ଣାଲିଷ୍ଟଙ୍କୁ ଦ୍ରୁତ ଗତିରେ ଆସି ଏକ ବିଏମ୍ଡବ୍ଲୁ କାର୍ ପଛପଟୁ ଧକ୍କା ଦେଇଥିଲା। ଫଳରେ ୧୦୦ ମିଟର ଦୂରକୁ ସେ ଛିଟିକି ପଡିଥିଲେ।
National
ବିଟ୍କଏନ୍ ଘୋଟାଲା: ଅଜିତ ପାଓ୍ୱାର୍ କହିଲେ- ଅଡିଓ କ୍ଲିପ୍ରେ ରହିଛି ଭଉଣୀର ଭଏସ୍
ପୁଣେର ଜଣେ ପୂର୍ବତନ ଆଇପିଏସ୍ ଅଧିକାରୀ ଏନସିପି ନେତା ସୁପ୍ରିୟା ସୁଲେ ଏବଂ ମହାରାଷ୍ଟ୍ର କଂଗ୍ରେସ ଅଧ୍ୟକ୍ଷ ନାନା ପଟୋଲେଙ୍କୁ ବିଟକଏନ୍ ଅପବ୍ୟବହାର କରିଥିବା ଏବଂ ୨୦୧୮ରେ ବିଧାନସଭା ନିର୍ବାଚନରେ ସେହି ଟଙ୍କା ବ୍ୟବହାର କରିଥିବା ଅଭିଯୋଗ କରିଛନ୍ତି।
National
ଭୋଟ୍ ବେଳେ ବିଟ୍କଏନ୍ ଦୁର୍ନୀତିରେ ଫସିଲେ ଶରଦ ପାଓ୍ୱାରଙ୍କ ଝିଅ?
ଅଭିଯୋଗକୁ ଖଣ୍ଡନ କରିଛନ୍ତି ଏନ୍ସିପି ନେତ୍ରୀ ସୁପ୍ରିୟା ସୁଲେ। ବିଜେପି ଜାରି କରିଥିବା ଅଡିଓ କ୍ଲିପ୍ରେ ତାଙ୍କର ନୁହଁ। ଏହା ମିଛ ବୋଲି କହିଛନ୍ତି।
National
ଭୋଟିଂ ବେଳେ ହଙ୍ଗାମା, ପୁଲିସ ଉପରକୁ ପଥରମାଡ଼
ଉପ-ନିର୍ବାଚନ ବେଳେ ଉତ୍ତେଜନା। ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୂରା ଅଞ୍ଚଳରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି।
National
କଲବଲ କରୁଛି ପ୍ରଦୂଷଣ: ଓ୍ୱାର୍କ ଫ୍ରମ୍ ହୋମ୍ ଲାଗୁ, ଅଫିସ୍ ଆସିବେ ୫୦% କର୍ମଚାରୀ
ବାୟରୁ ଗୁଣବତ୍ତା ୫୦୦ ପାର୍ କରିଛି। ଥଣ୍ଡା ଯେତିକି ବଢୁଛି ସେହି ହିସାବରେ ଦିଲ୍ଲୀର ବାୟୁ ବିଷାକ୍ତ ହୋଇ ଚାଲିଛି। ବିଷାକ୍ତ ବାୟୁ ଯୋଗୁ ଲେକଙ୍କ ସ୍ୱାସ୍ଥ୍ୟ ମଧ୍ୟ ଖରାପ ହେବାରେ ଲାଗିଛି।