ବାଲେଶ୍ୱର ଉପନିର୍ବାଚନ; ଆଜି ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଉପନିର୍ବାଚନରେ ବିଜେପି ପାଇଁ ଆଜି ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏଥିପାଇଁ ଧର୍ମେନ୍ଦ୍ର ଗତ ରାତିରୁ ବାଲେଶ୍ୱରରେ ପହଞ୍ଚିଛନ୍ତି । ଆଜି ସେ ସାଧାରଣସଭାକୁ ସମ୍ବୋଧନ କରିବା ସହ ଦଳୀୟ ପ୍ରାର୍ଥୀ ମାନସ ଦତ୍ତଙ୍କ ପାଇଁ ଭୋଟ୍ ଭିକ୍ଷା କରିବେ । ଏହା ପୂର୍ବରୁ ଗତକାଲି ତିର୍ତ୍ତୋଲରେ ମଧ୍ୟ ଭର୍ଚୁଆଲ୍ ରାଲି ମାଧ୍ୟମରେ ଜନସାଧାରଣଙ୍କୁ ସମ୍ବୋଧନ କରିଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପୂର୍ବରୁ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, କେନ୍ଦ୍ରମନ୍ତ୍ରୀ […]

dharmendra

dharmendra

Niharika Rout
  • Published: Saturday, 24 October 2020
  • Updated: 24 October 2020, 09:09 AM IST

Sports

Latest News

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଉପନିର୍ବାଚନରେ ବିଜେପି ପାଇଁ ଆଜି ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏଥିପାଇଁ ଧର୍ମେନ୍ଦ୍ର ଗତ ରାତିରୁ ବାଲେଶ୍ୱରରେ ପହଞ୍ଚିଛନ୍ତି । ଆଜି ସେ ସାଧାରଣସଭାକୁ ସମ୍ବୋଧନ କରିବା ସହ ଦଳୀୟ ପ୍ରାର୍ଥୀ ମାନସ ଦତ୍ତଙ୍କ ପାଇଁ ଭୋଟ୍ ଭିକ୍ଷା କରିବେ । ଏହା ପୂର୍ବରୁ ଗତକାଲି ତିର୍ତ୍ତୋଲରେ ମଧ୍ୟ ଭର୍ଚୁଆଲ୍ ରାଲି ମାଧ୍ୟମରେ ଜନସାଧାରଣଙ୍କୁ ସମ୍ବୋଧନ କରିଥିଲେ ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପୂର୍ବରୁ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ବାଲେଶ୍ୱରରେ ପ୍ରଚାର କରିଛନ୍ତି ।

ସେପଟେ ବିଜେଡି ମଧ୍ୟ ପ୍ରଚାରକୁ ଜୋରଦାର କରିଛି । ଦଳୀୟ ନେତା ଓ କର୍ମୀ ଘରକୁ ଘର ବୁଲି ପ୍ରଚାର କରୁଛନ୍ତି ରାଜ୍ୟ ସରକାରଙ୍କ ଅଧିକାଂଶ ମନ୍ତ୍ରୀ, ବିଜେଡି ବିଧାୟକ ଓ ପଡ଼ୋଶୀ ଜିଲ୍ଲାର ପଞ୍ଚାୟତସ୍ତରର କର୍ମୀ ଆସି ବିଜେଡି ପାଇଁ ପ୍ରଚାର କରୁଛନ୍ତି । ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥିନୀ ମମତା କୁଣ୍ଡୁ ନିଜେ ଦୁଆର ଦୁଆର ବୁଲି ଭୋଟ୍ ଭିକ୍ଷା କରୁଛନ୍ତି । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ କଂଗ୍ରେସ ପ୍ରଭାରୀ ଏ. ଚେଲ୍ଲାକୁମାର ଆସି ପ୍ରଚାର କରିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos