ପିଲାଙ୍କ ସହିତ ମଧ୍ୟାହ୍ନ ଭୋଜନ ଖାଇଲେ ମନ୍ତ୍ରୀ

ସୁବର୍ଣ୍ଣପୁର(ରବିନ୍ଦ୍ର ହୋତା): ସ୍କୁଲରେ ମଧ୍ୟାହ୍ନ ଭୋଜନ ଏବଂ ଆହାର କେନ୍ଦ୍ରରେ ଖାଦ୍ୟର ମାନ ଯାଞ୍ଚ କରିବାକୁ ସବୁ ମନ୍ତ୍ରୀ, ବିଧାୟକ ଓ ପ୍ରଶାସନିକ ଅଧିକାରୀମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ। ଯାହାକୁ ପାଳନ କରିବାକୁ ଯାଇ ମନ୍ତ୍ରୀମାନେ ସ୍କୁଲ ଓ ଆହାର କେନ୍ଦ୍ରରେ ଖାଦ୍ୟର ମାନ ଯାଞ୍ଚ କରୁଛନ୍ତି। ସେହି ମର୍ମରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଆଜି ସୁବର୍ଣ୍ଣପୁର ଜିଲ୍ଲାରେ ଏକ ସ୍କୁଲକୁ ଅଚାନକ ଗସ୍ତ କରି ପିଲାଙ୍କ ସହିତ ମଧ୍ୟାହ୍ନ ଭୋଜନ ଖାଇଛନ୍ତି। […]

minister

Manoranjan Sial
  • Published: Monday, 02 December 2019
  • , Updated: 02 December 2019, 05:07 PM IST

ସୁବର୍ଣ୍ଣପୁର(ରବିନ୍ଦ୍ର ହୋତା): ସ୍କୁଲରେ ମଧ୍ୟାହ୍ନ ଭୋଜନ ଏବଂ ଆହାର କେନ୍ଦ୍ରରେ ଖାଦ୍ୟର ମାନ ଯାଞ୍ଚ କରିବାକୁ ସବୁ ମନ୍ତ୍ରୀ, ବିଧାୟକ ଓ ପ୍ରଶାସନିକ ଅଧିକାରୀମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ। ଯାହାକୁ ପାଳନ କରିବାକୁ ଯାଇ ମନ୍ତ୍ରୀମାନେ ସ୍କୁଲ ଓ ଆହାର କେନ୍ଦ୍ରରେ ଖାଦ୍ୟର ମାନ ଯାଞ୍ଚ କରୁଛନ୍ତି। ସେହି ମର୍ମରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଆଜି ସୁବର୍ଣ୍ଣପୁର ଜିଲ୍ଲାରେ ଏକ ସ୍କୁଲକୁ ଅଚାନକ ଗସ୍ତ କରି ପିଲାଙ୍କ ସହିତ ମଧ୍ୟାହ୍ନ ଭୋଜନ ଖାଇଛନ୍ତି।

ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଆଜି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଗସ୍ତରେ ଯାଇଥିଲେ। ଏହି ସମୟରେ ସେ ଅଚାନକ ମାନପୁର ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରି ପ୍ରଧାନଶିକ୍ଷୟିତ୍ରୀଙ୍କୁ ସହିତ ବିଭିନ୍ନ ସମସ୍ୟା ସମ୍ପର୍କରେ କଥାବାର୍ତ୍ତା କରିଥିଲେ। ପରେ ମନ୍ତ୍ରୀ ଶ୍ରେଣୀଗୃହକୁ ଯାଇ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିଥିଲେ। ମଧ୍ୟାହ୍ନରେ ମନ୍ତ୍ରୀ ରୋଷଶାଳାକୁ ଯାଇ ଖାଦ୍ୟର ମାନ ଯାଞ୍ଚ କରିଥିଲେ। ପରେ ମନ୍ତ୍ରୀ ଶ୍ରୀ ବେହେରା ଛାତ୍ରଛାତ୍ରୀଙ୍କ ସହିତ ମଧ୍ୟାହ୍ନ ଭୋଜନ ଖାଇଥିଲେ।

Related story