ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୮ ତାରିଖରୁ ଆରମ୍ଭ ହେବ ମିନିଷ୍ଟ୍ରି ଅଫ୍ ମାଇକ୍ରୋ, ସ୍ମଲ ଆଣ୍ଡ ମିଡିୟମ୍ ଏଣ୍ଟରପ୍ରାଇଜେସ୍(MSME) ଅନ୍ତର୍ଜାତୀୟ ଟ୍ରେଡ୍ ଫେୟାର। ଏହି ଟ୍ରେଡ୍ ଫେୟାର ଆସନ୍ତା ୧୨ ତାରିଖ ଯାଏଁ ଚାଲିବ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେବାକୁ ଥିବା ଏହି ଫେୟାରରେ ୨୦ଟି ଇରାନ କମ୍ପାନୀ ଓ ୧୦ଟି ବାଂଲାଦେଶ କମ୍ପାନୀର ପ୍ରତିନିଧି ଯୋଗଦେବେ।
୨୮୦ ଷ୍ଟଲ୍ରେ MSME ଉତ୍ପାଦ ପ୍ରଦର୍ଶିତ ହେବ। ଏହାବାଦ ୩୨ଟି ଷ୍ଟଲରେ ବିଭିନ୍ନ ଟେକ୍ନୋଲୋଜିର ଡେମୋନ୍ଷ୍ଟ୍ରେସନ ସହ ୨୮ଟି ଷ୍ଟଲ୍ ସରକାରୀ ବିଭାଗ ପାଇଁ ରହିବ। ସେହିପରି ଫୁଡ୍କୋଟ୍ ସହ ଅନ୍ୟାନ୍ୟ ଷ୍ଟଲ୍ ରହିବ। ବର୍ତ୍ତମାନ ସୁଧା ରାଜ୍ୟରେ ୮୦ ହଜାର MSME ୟୁନିଟ୍ ଥବା ବେଳେ ୨୦ ବର୍ଷ ମଧ୍ୟରେ ୬୦ ହଜାର ପ୍ରତିଷ୍ଠା ହୋଇଛି। ପ୍ରତି ୟୁନିଟ୍ରେ ହାରାହାରୀ ୩୫ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି। ହିଂଜିଳି ଓ କେସିଙ୍ଗାରେ MSME ପାର୍କ ପ୍ରତିଷ୍ଠା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। କେସିଙ୍ଗା ପାର୍କ ପାଇଁ ୧୨୮ ଏକର ଜମି ଅଧିଗ୍ରହଣ ଶେଷ ହୋଇଥିବା ବେଳେ ହିଞ୍ଜିଳି ପାଇଁ ୮୦ ଏକର ଜମି ଅଧିଗ୍ରହଣ ହୋଇଥିବା ସୂଚନା ଦେଇଛନ୍ତି ବିଭାଗୀୟ ସଚିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।