କେନ୍ଦୁଝର (ପ୍ରଣୟ ପାଣି): ମୋବାଇଲ୍ ପାଇଁ ବଡ଼ ଭଉଣୀ ଉପରେ ରୁଷି ସାନଭାଇ ରଶି ଲଗାଇ ଆତ୍ମହତ୍ୟା କରିଛି। ଗତକାଲି ରାତିରେ ଏପରି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅଞ୍ଚଳରେ। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି।
ମୟୂରଭଞ୍ଜ ଜିଲ୍ଲାର କୁସୁମି ଗାଁର ମାନସ ମହାନ୍ତ ପେସାରେ ଜଣେ ଶିକ୍ଷକ। ସେ କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅଞ୍ଚଳର ପଲାଣିଘାଟି ସ୍କୁଲରେ ବିଜ୍ଞାନ ଶିକ୍ଷକ ଥିବାରୁ ପୂରା ପରିବାର ସେଠାରେ ରୁହନ୍ତି। ତେବେ ମହାମାରୀ ‘କରୋନା’ ପାଇଁ ସ୍କୁଲ ଛୁଟି ଥିବାରୁ ମାନସ ସାର୍ ଓ ତାଙ୍କ ପତ୍ନୀ ଗାଁକୁ ଯାଇଥିଲେ। ଭଡ଼ା ଘରେ କେବଳ ତାଙ୍କର ବଡ଼ ଝିଅ ଓ ପୁଅ ଥିଲେ।
ଗତକାଲି ରାତିରେ ମୋବାଇଲ୍କୁ ନେଇ ଭାଇ ଓ ଭଉଣୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍କ୍ଷିପ୍ତ ହୋଇ ବଡ଼ ଭଉଣୀ ଶୋଇବା ପରେ ସାନଭାଇ(୧୪) ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା ପାଇଁ କାଲି MOU; ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆସନ୍ତାକାଲି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।
Events & Festivals
ଜାନୁଆରୀ ୨୮ରୁ ଉତ୍କର୍ଷ ଓଡ଼ିଶା କନକ୍ଲେଭ, ଛୁଟିବ ଶିଳ୍ପପତିଙ୍କ ସୁଅ
ଜାନୁଆରୀ ୨୮, ୨୯ ଦୁଇ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଚାଲିବ ମେଗା ନିବେଶକ ସମ୍ମିଳନୀ- ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫। ପ୍ରଥମ ଥର ଲାଗି ରାଜ୍ୟର ଏହି ଶିଳ୍ପ ମହାକୁମ୍ଭକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Events & Festivals
କଂସ ଦରବାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ଅନୁଦାନ ୧୦ ଲକ୍ଷରୁ କୋଟିଏକୁ ବୃଦ୍ଧି
କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାର ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି କଂସ ବଦ୍ଧ ସହ ଏହି ମହା ନାଟକରେ ପଡ଼ିବ ମହା ଯବନିକା।
Events & Festivals
କୁମ୍ଭମେଳା ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବସ୍ ଓ ଟ୍ରେନ ସେବା
କୁମ୍ଭମେଳା ପାଇଁ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ପ୍ରୟାଗରାଜ ଅଭିମୁଖେ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ପୂର୍ବତଟ ରେଲୱେ ଘୋଷଣା କଲା ୭ଟି ସ୍ୱତନ୍ତ୍ର ଟ୍ରେନ୍।