ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା): ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ମହାନଦୀର କୋଟକଣା ଗଡ଼ାରେ ଗାଧୋଉଥିବା ବେଳେ ଜଣେ ୧୨ ବର୍ଷର ନାବାଳକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ନାବାଳକଙ୍କ ନାଁ ରୁଦ୍ର ନାରାୟଣ ଦାସ। ତାଙ୍କ ଘର ରାହାଡ଼ିଙ୍ଗା ଗାଁରେ। ସେ ସପ୍ତମ ଶ୍ରେଣୀରେ ପଢ଼ୁଥିଲେ। ରୁଦ୍ର କୋଟକଣାସ୍ଥିତ ନିଜ ମାମୁ ଘରେ ରହି ପାଠ ପଢ଼ୁଥିଲେ।
ଗତକାଲି ମଧ୍ୟାହ୍ଣରେ ରୁଦ୍ର ନିଜ ସାଙ୍ଗମାନଙ୍କ ସହିତ ମହାନଦୀକୁ ଗାଧୋଇବାକୁ ଯାଇଥିଲେ। ତେବେ ଅସାବଧନତାବଶତଃ ସେ ପାଣିରେ ବୁଡ଼ି ଯାଇଥିଲେ। ଏହାପରେ ତାଙ୍କ ସାଙ୍ଗମାନେ ଭୟରେ ଗାଁକୁ ପଳାଇ ଆସିଥିଲେ। ତେବେ ରୁଦ୍ର ଘରକୁ ନ ଫେରିବାରୁ ତାଙ୍କ ମାମୁ ଘର ଲୋକେ ପଚରାଉଚରା କରିବା ପରେ ଘଟଣା ସମ୍ପର୍କରେ ଜଣା ପଡ଼ିଥିଲା। ଏନେଇ ସେମାନେ ତିର୍ତ୍ତୋଲ ଅଗ୍ନିଶମ ସେବା ବିଭାଗକୁ ଖବର ଦେଇଥିଲେ।
ଅଗ୍ନିଶମ କର୍ମଚାରୀ ପ୍ରାୟ ୨ ଘଣ୍ଟା ଧରି ଖୋଜାଖୋଜି କରିବା ପରେ ମଧ୍ୟ ରୁଦ୍ରଙ୍କର କୌଣସି ସନ୍ଧାନ ପାଇ ନ ଥିଲେ । ସନ୍ଧ୍ୟା ହୋଇଯିବାରୁ ଗତକାଲି ଉଦ୍ଧାର କାର୍ଯ୍ୟ ମଧ୍ୟ ବନ୍ଦ ରହିଥିଲା । ଆଜି ସକାଳୁ ପୁଣି ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିଶାସକ୍ତ ଯୁବକଙ୍କ ଉନ୍ମତ କାଣ୍ଡ; ୪ ଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ନିଶାସକ୍ତ ଯୁବକ ଘଟାଇଲେ ଉନ୍ମତ କାଣ୍ଡ। ଅଣ୍ଡା ଓ ଟଙ୍କା ନ ଦେବାରୁ ଜଣେ ଅଣ୍ଡା ଟ୍ରକ୍ ଡ୍ରାଇଭରଙ୍କ ସମେତ ୪ ଜଣଙ୍କୁ ଗୋଡ଼ାଇ ଗୋଡ଼େଇ ହାଣିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି
Crime
ପିକଅପ୍ ଭ୍ୟାନରେ ଚାଲାଣ ହେଉଥିଲା ଗୋରୁ; ମାଡ଼ି ବସିଲା ପୁଲିସ
ଉଦ୍ଧାର ହୋଇଥିବା ଗୋରୁଙ୍କୁ ଗୋଶାଳାରେ ଛଡାଯିବ ବୋଲି ଜଣାଯାଇଛି।
Crime
ମହିଳାଙ୍କୁ ଅସଦାଚରଣ କରି ଜଗତସିଂହପୁର ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ
ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଏହି ଘଟଣାରେ ସମ୍ପୃକ୍ତ ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ଲେଙ୍କାଙ୍କୁ ଚାକିରିରୁ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେବା ସହ ଆସନ୍ତା ୩ମାସ ମଧ୍ୟରେ ଜଣେ ମହିଳା ତଦନ୍ତକାରୀ ଅଫିସର ଓ ଜଣେ ମହିଳା ମାର୍ଶାଲିଂ ଅଫିସରଙ୍କ ମାଧ୍ୟମରେ ସମସ୍ତ ବିଭାଗୀୟ ତଦନ୍ତ ପ୍ରକ୍ରିୟା ଶେଷ କରିବାକୁ ତାଗିଦ୍ କରିଛନ୍ତି।
Politics
ଗଞ୍ଜାମ ବିଜେଡିରେ ତାଳିପକା ଉଦ୍ୟମ, ନବୀନଙ୍କ ହସ୍ତକ୍ଷେପ ସତ୍ତ୍ୱେ ଥମିଲାନି ବିବାଦ
ଗଞ୍ଜାମ ବିଜେଡି ଗୋଷ୍ଠୀକନ୍ଦଳରେ ପଡ଼ିପାରିଲାନି ପୂର୍ଣ୍ଣଚ୍ଛେଦ। ଶଙ୍ଖ ଭବନରେ ବୈଠକ, ଦେବୀ ମିଶ୍ରଙ୍କ ତାଳିପକା ଉଦ୍ୟମ, ନବୀନଙ୍କ ଆଶ୍ୱାସନା ସବୁ ବିଫଳ।
Politics
ଦରଦାମ ବୃଦ୍ଧି ଆଳରେ ସଚିବାଳୟ ଘେରିବ ବିଜେଡି, ୨୦ଦିନ ଆଗରୁ କଲା ଘୋଷଣା
ସମନ୍ୱୟ କମିଟି ଅଧ୍ୟକ୍ଷ ଶ୍ରୀ ମିଶ୍ର କହିଚନ୍ତି ଯେ, ନୂଆବର୍ଷରେ ଜାନୁୟାରୀ ୬ତାରିଖରେ ଦରଦାମ ବୃଦ୍ଧି ପ୍ରତିବାଦରେ ଭୁବନେଶ୍ୱରରେ ଆନ୍ଦୋଳନ କରାଯିବ । ସାଧାରଣ ଲୋକେ ଦରଦାମ ବୃଦ୍ଧିରେ ଅତିଷ୍ଠ ହେଲେଣି ।