ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଛାତି ଉପରେ ଥିବା ଭରତପୁରରେ ହତ୍ୟାର ଶିକାର ହୋଇଛି ଜଣେ ନାବାଳକ। କେତେକ ଦୁର୍ବୃତ୍ତଙ୍କ ଆକ୍ରମଣରେ ପୁଅ ଆଖି ବୁଜିଥିବା ମୃତ ନାବାଳକଙ୍କ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି ।
ମୃତକଙ୍କ ପରିବାର ଲୋକଙ୍କ ଲିଖିତ ଅଭିଯୋଗ ଅନୁଯାୟୀ, ଗତ ୨ ତାରିଖରେ ନାବାଳକ ଜଣକ ନିକଟସ୍ଥ ଦୋକାନକୁ ସଉଦା ଆଣିବାକୁ ଯାଇଥିଲେ। ଉକ୍ତ ସମୟରେ କେତେକ ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରିଥିଲେ । ଖବର ପାଇ ପରିବାର ଲୋକେ ଗୁରୁତର ଅବସ୍ଥାରେ ପୁଅକୁ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ତା’ର ମୃତ୍ୟୁ ହୋଇଛି।
ହତ୍ୟାକାଣ୍ଡର କାରଣ ଜଣାପଡ଼ିନାହିଁ । ଏ ନେଇ ଖଣ୍ଡଗିରି ଥାନାରେ ଏତଲା ଦେଇଛନ୍ତି ପରିବାର ଲୋକେ । ପୁଲିସ୍ ଘଟଣାର ଛାନଭିନ ଚଳାଇଥିବା ବେଳେ କାହାକୁ ଗିରଫ କରାଯାଇନାହିଁ।