ପଟ୍ଟାମୁଣ୍ଡାଇ (ଓଡ଼ିଶା ରିପୋର୍ଟର): ନାବାଳିକାଙ୍କୁ ଏକା ଦେଖି ମତି ଭ୍ରମ ହୋଇଗଲା। ଭୁଲିଗଲା ବୟସର ତାରତମ୍ୟ। ନିଜର ବାସନା ପୂରଣ କରିବାକୁ ରାକ୍ଷସ ପାଲଟି ଗଲା ଯୁବକ। ଆଉ କୋମଳମତି ଝିଅଟିର ଇଜ୍ଜତ ସହ ଖେଳ ଖେଳିବାକୁ ପଛାଇଲା ନାହିଁ। ଏହି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ଅଞ୍ଚଳରେ।
ଅଭିଯୁକ୍ତ ଜଣଙ୍କ ହେଲେ ସୋମନାଥ ନାୟକ (୨୬)। ପୁଲିସ୍ ତାକୁ ଅଟକ ରଖି ପଚରାଉଚରା କରୁଛି।
ଅଭିଯୋଗ ଅନୁସାରେ, ନାବାଳିକା ଜଣଙ୍କ ଗାଁର କ୍ଲବ୍ ଘର ନିକଟକୁ ଟ୍ୟୁସନ୍ ଯାଇଥାନ୍ତି। ସବୁଦିନ ପରି ଗତକାଲି ମଧ୍ୟ ଯାଇଥିଲେ। ହେଲେ ଟ୍ୟୁସନ୍ ବନ୍ଦ ଥିଲା। ଝିଅଟି ଘରକୁ ଫେରୁଥିବା ବେଳେ ସୋମନାଥ ହାବୁଡ଼ରେ ପଡ଼ି ଯାଇଥିଲେ। ସୋମନାଥ ତାଙ୍କୁ ସାପ ଦେଖାଇବାକୁ କହି କ୍ଲବ୍ ଘର ପଛପଟକୁ ନେଇଯାଇ ଦୁଷ୍କର୍ମ କରିଥିଲେ।
ଏନେଇ ଝିଅଟି ଘରେ କହିବା ପରେ ଘଟଣା ପଦାକୁ ଆସିଥିଲା। ପରିବାର ଲୋକଙ୍କ ଅଭିଯୋଗ ପରେ ପୁଲିସ୍ ସୋମନାଥଙ୍କୁ ଅଟକ ରଖି ପଚରାଉଚରା କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।
Miscellaneous
୧.୩୬ଲକ୍ଷ କୋଟି ଟଙ୍କାର ଶିଳ୍ପପ୍ରକଳ୍ପକୁ ମଞ୍ଜୁରୀ ଦେଲେ ମୋହନ ସରକାର
ବିଜେପି ସରକାର କ୍ଷମତାକୁ ଆସିବା ପରେ ଦ୍ୱିତୀୟ ଏଚଏଲସିଏ ବୈଠକରେ ମଞ୍ଜୁରୀ। ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୭୪୩୫୦ଟି ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।