ନିଆଳି:(ଓଡ଼ିଶା ରିପୋର୍ଟର): ଡାକ୍ତର ଭୁଲ୍ ଇଞ୍ଜେକସନ୍ ଦେବା ଯୋଗୁ ନିଆଳିରେ ଜଣେ ୯ ବର୍ଷ ନାବାଳିକାର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଗୋଟିଏ କ୍ଲିନିକ୍ ବିରୋଧରେ ନାବାଳିକାର ସମ୍ପର୍କୀୟ ଏପରି ଅଭିଯୋଗ ଆଣିଛନ୍ତି। ଘଟଣାକୁ ନେଇ ଉକ୍ତ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି।
ଅଭିଯୋଗ ଅନୁସାରେ ନିଆଳି ନିକଟ ଗରଡ଼ା ଗାଁର ଜଣେ ନାବାଳିକାଙ୍କ ଦେହ ଅସୁସ୍ଥ ହେବାରୁ ପରିବାର ଲୋକେ ତାଙ୍କୁ ନିକଟସ୍ଥ ଏକ କ୍ଲିନିକ୍କୁ ନେଇଥିଲେ। ସେଠାରେ ଡାକ୍ତର ନାବାଳିକା ଜଣଙ୍କୁ ଇଞ୍ଜେକସନ୍ ଦେବା ପରେ ଝିଅଟିର ଅବସ୍ଥା ଅଧିକ ଗୁରୁତର ହୋଇପଡ଼ିଥିଲା।
ନାବାଳିକାକୁ ନିଆଳି ଡାକ୍ତରଖାନା ନେବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହା ଜଣାପଡ଼ିବା ପରେ ଉତ୍ତ୍ୟକ୍ତ ଲୋକେ ଉକ୍ତ କ୍ଲିନିକରେ ଭଙ୍ଗାରୁଜା କରିଛନ୍ତି।
ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି। ତେବେ ଭୁଲ୍ ଇଞ୍ଜେକସନ୍ ଦେବା ଅଭିଯୋଗ ବିଷୟକେ କ୍ଲିନିକ୍ କର୍ତ୍ତୃପକ୍ଷଙ୍କର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।