ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ବିସ୍କୁଟ ଆଣିବା ପାଇଁ ଦୋକାନକୁ ଯାଇଥିବା ଜଣେ ୧୨ ବର୍ଷୀୟା ନାବାଳିକା ଦୁର୍ଷ୍କର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏପରି ଲଜ୍ଜାଜନକ ଘଟଣା ଷ୍ଟିଲ ସିଟି ରାଉରକେଲାର ବନ୍ଧମୁଣ୍ଡା ଥାନା ଅଞ୍ଚଳରେ ଏକ ବସ୍ତିରେ ଘଟିଛି।
ଗତ ୪ ଦିନ ପୂର୍ବରୁ ବସ୍ତିରେ ଜଣେ ନାବାଳିକା ବିସ୍କୁଟ କିଣିବା ପାଇଁ ଘର ନିକଟ ଦୋକାନକୁ ଯାଇଥିଲେ। ନାବାଳିକା ଏକୁଟିଆ ଯାଉଥିବା ଦେଖି ସେହି ବସ୍ତିରେ ରହୁଥିବା କରନ ଲାକ୍ରା ନାମକ ଯୁବକ ତାଙ୍କୁ ଘରକୁ ଡାକି ନେଇ ଦୁଷ୍କର୍ମ କରିଥିଲା। ଘଟଣାକୁ କାହାକୁ ନ କହିବା ପାଇଁ ନାବାଳିକାକୁ ଧମକ ଦେଇଥିଲା।
ଭୟରେ ନାବାଳିକାଜଣଙ୍କ ଘଟଣା ବିଷୟରେ ଘରେ ଜଣାଇ ନଥିଲା। ଦେହ ଅସୁସ୍ଥ ହେବାରୁ ଘର ଲୋକଙ୍କୁ ସନ୍ଦେହ ହୋଇଥିଲା। ପରେ ପଚାରିବାରୁ ନାବାଳିକାଜଣଙ୍କ ସତ ସବୁ କଥା କହିଥିଲେ। ବନ୍ଧମୁଣ୍ଡା ପୁଲିସ୍ ଅଭିଯୋଗ କୁ ଆଧାର କରି ଅଭିଯୁକ୍ତ ଯୁବକ କରନ ଲାକ୍ରାକୁ ଗିରଫ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।
Miscellaneous
କଟକ ସହରରେ ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ଉଦ୍ବେଗ ପ୍ରକାଶ କଲେ ହାଇକୋର୍ଟ
ଡେଙ୍ଗୁ ମଶାଙ୍କ ପ୍ରାଦୁର୍ଭାବକୁ ନେଇ ହୋଇଥିବା ଜନସ୍ୱାର୍ଥ ମାମଲାକୁ ଗ୍ରହଣ କରିଛନ୍ତି ହାଇକୋର୍ଟ। କୋର୍ଟ ଉଦବେଗ ପ୍ରକାଶ କରି କହିଛନ୍ତି, ସନ୍ଧ୍ୟା ୫ ଟା ହେଲେ ସହରବାସୀ କବାଟ ଓ ଝରକା ବନ୍ଦ କରି ଦେଉଛନ୍ତି।
Entertainment
ହିନ୍ଦୀ ସିନେମା ‘ସାବରମତୀ ରିପୋର୍ଟ’କୁ ଟିକସମୁକ୍ତ କଲେ ଓଡ଼ିଶା ସରକାର
ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ‘ଦି ସାବରମତୀ ରିପୋର୍ଟ’କୁ କରମୁକ୍ତ ଘୋଷଣା କରିବାରେ ଓଡ଼ିଶା ହେଉଛି ଦେଶର ସପ୍ତମ ବିଜେପି ଶାସିତ ରାଜ୍ୟ।