ଆସିକା (ମନୋଜ ମୁନି): ଜଣେ ସ୍କୁଲ୍ ଛାତ୍ର ତାଙ୍କ ସହପାଠୀଙ୍କ ବେକ କାଟି ଦେଇଥିବା ଅଭିଯୋଗ ହୋଇଛି। ଏପରି ଏକ ଭୟଙ୍କର ତଥା ଚିନ୍ତାଜନକ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲାରେ।
କବିସୂର୍ଯ୍ୟଗର ଥାନା ଏ.ପରିଡ଼ା ଗାଁର ଦଧିବାମନ ହାଇସ୍କୁଲ୍ର ଦଶମ ଶ୍ରେଣୀ ଛାତ୍ର ବିଶୁ ସାହୁ (ଛଦ୍ମନାମ) ଓ ତାଙ୍କ ସାଥୀ ଦୀପକ ସାହୁଙ୍କ ମଧ୍ୟରେ କ୍ଲାସ୍ ଚାଲିଥିବା ବେଳେ କୌଣସି କଥାକୁ ନେଇ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍କ୍ଷିପ୍ତ ହୋଇ ବିଶୁ ଏକ ଧାରୁଆ ବ୍ଲେଡ୍ରେ ଦୀପକଙ୍କୁ ପଛଆଡୁ ଆକ୍ରମଣ କରି ବେକ କାଟି ଦେଇଥିଲେ।
ଶିକ୍ଷକମାନେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି କବିସୂର୍ଯ୍ୟନଗର ମେଡିକାଲ୍ରେ ଭର୍ତ୍ତି କରିଥିଲେ। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ୍କୁ ସ୍ଥାନାନ୍ତର କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ମା’ ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
‘ଏହି ପ୍ରାଚୀନ ପ୍ରସିଦ୍ଧ ଶକ୍ତି ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ମଞ୍ଜୁର କରାଯାଇଥିବା ପ୍ରକଳ୍ପ ଗୁଡ଼ିକ ଜାରି ରହିଛି।’
Entertainment
ମହାପ୍ରଭୁଙ୍କୁ ତାଚ୍ଛଲ୍ୟ...; ଯାତ୍ରା ଷ୍ଟେଜକୁ ଚେୟାର ଫିଙ୍ଗିଲେ ଦର୍ଶକ
ଖଳ ଚରିତ୍ରରେ ଥିବା ନବ ଘୋଷ କୋଟି ଓଡ଼ିଆଙ୍କ ଆରାଧ୍ୟ ମହାପ୍ରଭୁ ଜଗନ୍ନାଥଙ୍କୁ କଡା ଭାଷାରେ ଆକ୍ଷେପ କଲା ପରି ସଂଳାପ କହିଥିଲେ। ନବ ଘୋଷଙ୍କ ସେହି ସଂଳାପ ଶୁଣିବା ପରେ ତାତି ଯାଇଥିଲେ ଷ୍ଟେଜ୍ ସମ୍ମୁଖରେ ବସିଥିବା ଦର୍ଶକ।
Politics
ଭବଙ୍କ ପାଇଁ ଅଡୁଆ ବଢିଲା; ଯୋଡି ହେଲା ଆଉ ୩ ମାମଲା
ଆଜି ସକାଳେ କ୍ରାଇମବ୍ରାଞ୍ଚର ୬ ଜଣିଆ ଟିମ୍ ଯାଜପୁର ଜିଲ୍ଲା ଧର୍ମଶାଳା ବୁଢ଼ାପୋଲରେ ପହଞ୍ଚିଥିଲା। ଯେଉଁଠି ୨୦ ତାରିଖ ସଂଧ୍ୟାରେ ବିଧାୟକ ହିମାଂଶୁଙ୍କ ଉପରେ ଠେଙ୍ଗାବାଡ଼ି ଧରି ସଂଘବଦ୍ଧ ଆକ୍ରମଣ କରାଯାଇଥିଲା।
Crime
ଲୁଟ୍ରେ ଯାଇଥିଲା ମହିଳାଙ୍କ ଜୀବନ; ୧୨ ଦିନ ପରେ ଝାରଖଣ୍ଡରୁ ଧରାପଡ଼ିଲା ଲୁଟେରା
ଏୟାଫିଲ୍ଡ ଥାନା ଲବଣଗିରି ଛକରେ ରାସ୍ତା ଶୂନ୍ଶାନ ଦେଖି ୟୁ.ବିଷ୍ଣୁ ପାତ୍ରଙ୍କ ବେକରେ ପଡ଼ିଥିବା ସୁନା ଚେନ୍ ଝାମ୍ପି ନେବାକୁ ଉଦ୍ୟମ କରିଥିଲେ ରାଜା। ହେଲେ ୟୁ.ବିଷ୍ଣୁ ପାତ୍ର ବାଇକ୍ରୁ ପଡ଼ି ଯାଇଥିଲେ।
Crime
ଶ୍ୱଶୁର ଘର ଆଗରେ ଯୌତୁକ ସାମଗ୍ରୀ ପୋଡ଼ିଦେଲେ ଜ୍ୱାଇଁ
ଯୌତୁକରେ ଆପାଚି ଗାଡ଼ି ଓ ନଗଦ ଟଙ୍କା ଦାବି କରିଥିଲେ ବିଜୟ। ହେଲେ ଏଥିରେ ମମତା ରାଜି ନହେବାରୁ ଆରମ୍ଭ ହୋଇଥିଲା ନାନା ନିର୍ଯାତନ। ଅଭିଯୋଗ ଅନୁସାରେ ମମତାଙ୍କୁ ତାଙ୍କ ସ୍ୱାମୀ ବିଜୟ ଓ ଶାଶୁ ମାଡ଼ ମାରୁଥିଲେ। ଯୌତୁକ ଆଣିବା ପାଇଁ ବାଧ୍ୟ କରୁଥିଲେ।