ସାମ୍ବାଦିକଙ୍କୁ ଆକ୍ରମଣ ଅଭିଯୋଗ

ନୀଳଗିରି(ବିଶ୍ୱମ୍ବର ଦାସ): ବାଲେଶ୍ୱର ଜିଲ୍ଲା ନୀଳଗିରିରେ ଏକ ନିର୍ଦ୍ଦିଷ୍ଟ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧିଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ପ୍ରଫୁଲ୍ଲ କୁମାର ମାଝୀ। ଘରକୁ ଫେରୁଥିବା ବେଳେ ଗରଡ଼ି ଛକରେ ଚୋରା କାଠ ମାଫିଆମାନେ ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ।

କୁଳଡିହା ସଂରକ୍ଷିତ ଜଙ୍ଗଲରେ କାଠ ମାଫିଆଙ୍କ କାରନାମା ସଂପର୍କରେ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ଏହି ଖବରକୁ ଆଧାର କରି ବନ ବିଭାଗ ଚଢ଼ାଉ କରି ଚୋରା କାଠ ଜବତ କରିଥିଲା। ଏହି କାରଣରୁ ରାଗ ରଖି ଗତକାଲି ମଧ୍ୟାହ୍ଣରେ କାଠ ମାଫିଆମାନେ ପ୍ରଫୁଲ୍ଲଙ୍କୁ ଏକୁଟିଆ ପାଇ ‌ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

ତାଙ୍କୁ ପ୍ରଥମେ ବରହମପୁର ଡାକ୍ତରଖାନାରେରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ନୀଳଗିରି ଡାକ୍ତରଖାନାକୁ ଅଣାଯାଇଥିଲା।

ଏହି ଘଟଣାକୁ ବିଭିନ୍ନ ମହଲରୁ ନିନ୍ଦା କରାଯାଇଛି। ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ସାମ୍ବାଦିକ ମହଲରୁ ଦାବି କରାଯାଇଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।