/odisha-reporter/media/post_attachments/uploads/2019/02/car-1.jpg)
car
ଜଗତସିଂହପୁର (ଶଶାଙ୍କ ଶେଖର ପଣ୍ଡା): ବିରିଡ଼ି ଥାନା ଉକୁନ୍ଦରା ପଞ୍ଚାୟତର ସରପଞ୍ଚ ଚନ୍ଦ୍ରଶେଖର ଦାଶଙ୍କ କାର ଉପରକୁ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଏଥିରେ ତାଙ୍କ କାରର କିଛି ଅଂଶ ଜଳି ଯାଇଛି।
Advertisment
ଏନେଇ ଚନ୍ଦ୍ରଶେଖର ଥାନାରେ ଅଭିଯୋଗ କରିବା ପରେ ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।
ଅଭିଯୋଗ ଅନୁସାରେ, ଦୁଇଜଣ ଦୁର୍ବୃତ୍ତ ବାଇକ୍ରେ ଆସି ଚନ୍ଦ୍ରଶେଖରଙ୍କ ଘର ଉପରକୁ ବୋମାମାଡ଼ କରିଥିଲେ। ହେଲେ ବୋମାଟି ଘର ଆଗରେ ଥିବା କାର ଉପରେ ପଡ଼ିଥିଲା। ବୋମାମାଡ଼ ପରେ ଦୁର୍ବୃତ୍ତମାନେ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
