ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଆଖିକୁ ଲଙ୍କା ଗୁଣ୍ଡ ଫିଙ୍ଗି ଲୁଟି ନେଲେ ୭୦୦ ଗ୍ରାମ ସୁନା, ପ୍ରାୟ ୨୦ କେଜି ରୁପା ଓ ଲକ୍ଷାଧିକ ଟଙ୍କା । ଏପରି ଏକ ବଡ଼ ଧରଣର ଲୁଟ୍ ଗତକାଲି ରାତିରେ ଗଞ୍ଜାମ ଜିଲ୍ଲା ଛତ୍ରପୁରରେ ହୋଇଛି। କୋର୍ଟ ଷ୍ଟେସନ ନିକଟରେ ଥିବା ସୁନା ଦୋକାନୀ ଶରତଚନ୍ଦ୍ର ସାହୁଙ୍କୁ ଆକ୍ରମଣ କରି ଲୁଟ୍ କରିଛନ୍ତି ଦୁର୍ବୃତ୍ତ ।
ଗତକାଲି ରାତିରେ ଦୋକାନ ବନ୍ଦ କରି ପତ୍ନୀଙ୍କ ସହ ମୋଟରସାଇକେଲରେ ଘରକୁ ଶରତ ଫେରୁଥିଲେ। ହେଲେ ବାଇକ୍ରେ ୨ ଲୁଟେରା ସେମାନଙ୍କୁ ପିଛା କରି ଆସି ଆକ୍ରମଣ କରିଥିଲେ । ଏହାପରେ ଶରତଙ୍କ ଉପରକୁ ଲଙ୍କାଗୁଣ୍ଡ ଫିଙ୍ଗି ଲୁହା ରଡରେ ଆକ୍ରମଣ କରିଥିଲେ । ଏହାପରେ ଉଭୟ ସ୍ୱାମୀସ୍ତ୍ରୀ ତଳେ ପଡ଼ିଯିବାରୁ ଦୁର୍ବୃତ୍ତମାନେ ଅଳଙ୍କାର ଭର୍ତ୍ତି ବ୍ୟାଗ ଓ ଟଙ୍କା ଲୁଟି ନେଇଥିଲେ । ଗୁରୁତର ଶରତଙ୍କୁ ଛତ୍ରପୁରରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।
ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଥିଲେ ମଧ୍ୟ ଲୁଟେରାଙ୍କ ସନ୍ଧାନ ପାଇପାରି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।