ଚାନ୍ଦବାଲି (ବାସୁଦେବ ଦାସ): ଭଦ୍ରକ ଜିଲ୍ଲା ମତୋ ଫାଣ୍ଡିଠାରୁ ୨୦୦ମିଟର ଦୂରରେ ଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସବିଆଇ) ଏଟିଏମ୍ ଲୁଟ୍ ଉଦ୍ୟମ ବିଫଳ ହୋଇଯାଇଛି। ଦୁର୍ବୃତ୍ତ ଏଟିଏମ୍ ଉପରକୁ ବୋମା ପକାଇ ଲୁଟ୍ ଉଦ୍ୟମ କରିଥିଲେ। ଏପରିକି ପୁଲିସ୍ ଉପରକୁ ମଧ୍ୟ ବୋମା ପକାଇ ଥିଲେ।
ଅଭିଯୋଗ ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ୫ରୁ ୬ ଜଣ ଲୁଟେରା ଏଟିଏମ୍ ଉପରକୁ ୭ରୁ ୮ଟି ବୋମା ପକାଇଥିଲେ। ଫଳରେ ଏଟିଏମ୍ଟି ଭାଙ୍ଗି ଚୁରମାର୍ ହୋଇଯାଇଥିଲା। ପାଖରେ ଥିବା ଦୋକାନୀ ଉଠି ପଡ଼ିବାରୁ ତାକୁ ବନ୍ଧୁକ ଦେଖାଇ ଧମକ୍ ଚମକ୍ ଦେଇଥିବା ଅଭିଯୋଗ ହୋଇଛି।
ଖବର ପାଇ ଘଟଣାସ୍ଥଳରେ ମତୋ ଫାଣ୍ଡି ପୁଲିସ୍ ପହଞ୍ଚିଥିଲେ। ପୁଲିସ୍କୁ ଦେଖି ଲୁଟେରାମାନେ ସେମାନଙ୍କ ଉପରକୁ ମଧ୍ୟ ବୋମା ପକାଇଥିଲେ।
ଲୁଟେରାମାନଙ୍କୁ ଧରିବା ପାଇଁ ପୁଲିସ୍ ବିଭିନ୍ନ ରାସ୍ତାକୁ ସିଲ୍ କରି ଯାଞ୍ଚ ଚଳାଇଛି।
ତେବେ ଏଟିଏମ୍ରୁ ଲୁଟ୍ ହୋଇଛି କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।