ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା): ଦୁଇ ଦିନ ପରେ ମିଳିଲା ନିଖୋଜ ନାବାଳକଙ୍କ ମୃତଦେହ। ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ମହାନଦୀର କୋଟକଣା ଘାଟରେ ଗାଧୋଉଥିବା ବେଳେ ନାବାଳକ ଜଣଙ୍କ ଗତ ଗୁରୁବାରଠୁ ନିଖୋଜ ହୋଇଯାଇଥିଲେ। ଏହାପରେ ତାଙ୍କୁ ବହୁ ଖୋଜାଖୋଜି କରାଯାଇଥିଲେ ମଧ୍ୟ କିଛି ପତ୍ତା ମିଳିପାରି ନ ଥିଲା।
ଆଜି ସକାଳେ ପାଣିରେ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟଲୋକେ ଉଦ୍ଧାର କରିଥିଲେ। ଉଦ୍ଧାର ହୋଇଥିବା ମୃତଦେହ ନିଖୋଜ ନାବାଳକଙ୍କର ବୋଲି ସୂଚନା ମିଳିଛି। ତାଙ୍କ ନାଁ ରୁଦ୍ର ନାରାୟଣ ଦାସ।
ସୂଚନାଯୋଗ୍ୟ, ଗୁରୁବାର ରୁଦ୍ର ନିଜ ସାଙ୍ଗମାନଙ୍କ ସହିତ ମହାନଦୀକୁ ଗାଧୋଇବାକୁ ଯାଇଥିଲେ। ତେବେ ଅସାବଧାନତାବଶତଃ ସେ ପାଣିରେ ବୁଡ଼ି ଯାଇଥିଲେ। ସେ ଘରକୁ ନ ଫେରିବାରୁ ତାଙ୍କ ପରିବାର ଲୋକେ ତିର୍ତ୍ତୋଲ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଦୁଇ ଦିନ ଧରି ଅଗ୍ନିଶମ ବାହିନୀ ଏବଂ ଓଡ୍ରାଫ୍ ଟିମ୍ ରୁଦ୍ରଙ୍କୁ ଖୋଜିଥିଲେ। ହେଲେ କୌଣସି ପତ୍ତା ମିଳିପାରିନଥିଲା। ଆଜି ସକାଳେ କୋଟକଣା ଘାଟର କିଛି ଦୂରରେ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।