Advertisment

ବୋଟ୍ ଓଲଟିବା ଘଟଣା, ନିଖୋଜ ଓଡ୍ରାଫ୍ ଯବାନଙ୍କ ମୃତଦେହ ଉଦ୍ଧାର

ଆଠଗଡ଼ (ଓଡ଼ିଶା ରିପୋର୍ଟର): କଟକ ମୁଣ୍ଡଳିରେ ଗତକାଲି ରବର ବୋଟ୍ ଓଲଟି ପଡ଼ିବା ପରେ ନିଖୋଜ ଥିବା ଓଡ୍ରାଫ ଯବାନ ସୀତାରାମ ମୁର୍ମୁଙ୍କ ମୃତଦେହକୁ ଆଜି ଉଦ୍ଧାର କରାଯାଇଛି। କଖଡ଼ି ମହାଳପଡ଼ା ଗୁମେଇ ସାହିରୁ ତାଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି। ମୃତଦେହଟି ଭାସି ଯାଉଥିବା ବେଳେ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ମୃତଦେହକୁ ଉଦ୍ଧାର କରାଯାଇ ମୁଣ୍ଡଳି ସ୍ଥିତ ଓଡ୍ରାଫ୍ କ୍ୟାମ୍ପକୁ ନିଆଯାଇଥିବା ସୂଚନା ମିଳିଛି। ଗତକାଲି ଦିନ ପ୍ରାୟ ଗୋଟାଏ ବେଳେ ଏହି ଦୁର୍ଘଟଣା ଘଟିଥିଲା। […]

ଅଦ୍ୟତନ ହୋଇଛି
ବୋଟ୍ ଓଲଟିବା ଘଟଣା, ନିଖୋଜ ଓଡ୍ରାଫ୍ ଯବାନଙ୍କ ମୃତଦେହ ଉଦ୍ଧାର

Sitaram Murmu

Advertisment

ଆଠଗଡ଼ (ଓଡ଼ିଶା ରିପୋର୍ଟର): କଟକ ମୁଣ୍ଡଳିରେ ଗତକାଲି ରବର ବୋଟ୍ ଓଲଟି ପଡ଼ିବା ପରେ ନିଖୋଜ ଥିବା ଓଡ୍ରାଫ ଯବାନ ସୀତାରାମ ମୁର୍ମୁଙ୍କ ମୃତଦେହକୁ ଆଜି ଉଦ୍ଧାର କରାଯାଇଛି। କଖଡ଼ି ମହାଳପଡ଼ା ଗୁମେଇ ସାହିରୁ ତାଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି। ମୃତଦେହଟି ଭାସି ଯାଉଥିବା ବେଳେ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ମୃତଦେହକୁ ଉଦ୍ଧାର କରାଯାଇ ମୁଣ୍ଡଳି ସ୍ଥିତ ଓଡ୍ରାଫ୍ କ୍ୟାମ୍ପକୁ ନିଆଯାଇଥିବା ସୂଚନା ମିଳିଛି।

Advertisment

ଗତକାଲି ଦିନ ପ୍ରାୟ ଗୋଟାଏ ବେଳେ ଏହି ଦୁର୍ଘଟଣା ଘଟିଥିଲା। ମୁଣ୍ଡଳି ବ୍ରିଜ୍ ନିକଟରେ ମହାନଦୀରେ ଦନ୍ତା ହାତୀଟିଏ ଫସି ରହିଥିବା ବେଳେ ତାକୁ କୂଳକୁ ଘଉଡ଼ାଇ ଆଣିବା ପାଇଁ ଓଡ୍ରାଫ୍‌ର ଏକ ଟିମ୍ ରବର ବୋଟ୍ ସାହାଯ୍ୟରେ ସେଠାକୁ ଯାଇଥିଲା। ଖବର ପ୍ରସାରଣ ପାଇଁ ସେମାନଙ୍କ ସହିତ ଓଟିଭିର ଚିଫ୍ ରିପୋର୍ଟର ଅରିନ୍ଦମ ଦାସ ଓ କ୍ୟାମେରା ପର୍ସନ ପ୍ରଭାତ ସିହ୍ନା ମଧ୍ୟ ଯାଇଥିଲେ। ତେବେ ନଦୀର ପ୍ରଖର ସ୍ରୋତରେ ବୋଟ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।

ବୋଟ୍‌ଟି ଓଲଟି ପଡ଼ିବା ପରେ ସମସ୍ତଙ୍କୁ ଉଦ୍ଧାର କରିବା ପାଇଁ ପ୍ରୟାସ କରାଯାଇଥିଲା। ତେବେ ଅରିନ୍ଦମ ଓ ସୀତାରାମ ଭାସି ଯାଇଥିଲେ। ଅରିନ୍ଦମଙ୍କୁ ଉଦ୍ଧାର କରାଯାଇଥିଲା। ତେବେ କଟକ ବଡ଼ ଡାକ୍ତରଖାନାରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା। କିନ୍ତୁ ସୀତାରାମଙ୍କ ପତ୍ତା ମିଳୁ ନଥିଲା। ତାଙ୍କୁ ଖୋଜିବାକୁ ଗତକାଲିଠୁ ପ୍ରୟାସ ଜାରି ରହିଥିଲା। ଏଥିରେ ଏନ୍‌ଡିଆର୍‌ଏଫ୍‌ ବି ସାମିଲ ହୋଇଥିଲା।

Advertisment

ସୀତାରାମ ଓଡ୍ରାଫ ଟିମ୍‌ର ଜଣେ ଦକ୍ଷ କର୍ମଚାରୀ ଥିଲେ। ବହୁ ରେସକ୍ୟୁ ଅପରେସନରେ ସାମିଲ ହୋଇ ସଫଳତା ପାଇଥିବା ସୀତାରାମ ପହଁରାରେ ପାରଙ୍ଗମ ଥିଲେ। ଏଥିନିମନ୍ତେ ସେ ବହୁ ଆୱାର୍ଡବି ହୋଇଥିଲେ। ହେଲେ ଗତକାଲି ‘ଅପରେସନ ଗଜ ଉଦ୍ଧାର’ରେ ସାମିଲ ହୋଇଥିବା ସୀତାରାମଙ୍କ ପାଇଁ ଏହା ଥିଲା ଶେଷ ରେସକ୍ୟୁ ଅପରେସନ। ପାଣିର ପ୍ରଖର ସ୍ରୋତ ଆଗରେ ହାରିଯାଇ ସବୁ ଦିନ ପାଇଁ ଆଖି ବୁଜିଦେଲେ ସୀତାରାମ।

ଅନ୍ୟପକ୍ଷରେ ଓଡ୍ରାଫ୍‌ର ଆଉ ତିନି ଯବାନଙ୍କ ସହିତ ଓଟିଭି କ୍ୟାମେରା ପର୍ସନ ପ୍ରଭାତ ସିହ୍ନାଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ସେମାନେ ଏବେ ସୁସ୍ଥ ଅଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe