ବିନିକା (ଦିଲୀପ କୁମାର ସାହୁ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ସଉଲପୁର ଗାଁରେ ଗଛରୁ ଝୁଲନ୍ତା ଅବସ୍ଥାରେ ଜଣେ ବିବାହିତା ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଚେର କର୍ଣ୍ଣ (୪୦)। ତାଙ୍କ ଘର ଗୁଲୁଣ୍ଡା ଗାଁରେ ବୋଲି ଜଣାପଡ଼ିଛି।
ସୂଚନା ଅନୁଯାୟୀ, ଗତ ୧୮ ଦିନ ହେବ ସେ ନିଖୋଜ ଥିଲେ। ପରିବାର ଲୋକେ ତାଙ୍କୁ ବହୁ ଖୋଜାଖୋଜି କରିଥିଲେ ବି ପାଇ ନଥିଲେ। ତାଙ୍କୁ ଅଧିକାରୀ ମହାକୁର ନାମକ ଜଣେ ପଡ଼ୋଶୀ ଅପହରଣ କରି ନେଇଥିବା ନେଇ ୫ ତାରିଖ ଦିନ ବିନିକା ଥାନାରେ ପରିବାର ଲୋକେ ଲିଖିତ ଅଭିଯୋଗ କରିଥିଲେ। ଏହାପରେ ପୁଲିସ୍ ଅଧିକରୀ ମହାକୁରକୁ ଥାନାକୁ ଡାକି ପଚରାଉଚରା କରିବା ପରେ ଛାଡ଼ି ଦେଇଥିଲା। ଏନେଇ ପୁଲିସ ଏକ ମାମଲା ବି ରୁଜୁ କରିଥିଲା।
ଆଜି ପୁଲିସ୍ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ବ୍ୟବଛେଦ ରିପୋର୍ଟ ଆସିବା ପରେ ଘଟଣାର ସତ୍ୟାସତ୍ୟ ପଦାକୁ ଆସିବ ବୋଲି ବିନିକା ଥାନା ଅଧିକାରୀ କହିଛନ୍ତି। ମିଳିଥିବା ଖବର ଅନୁଯାୟୀ ଅଧିକାରୀ ମହାକୁର ଫେରାର୍ ଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।