ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ଦେବଗଡ଼ (ଓଡ଼ିଶା ରିପୋର୍ଟର): ତିଳେଇବଣି ବିଡ଼ିଓଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ବରିଷ୍ଠ ବିଜେପି ନେତା ତଥା ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କୁ ଜାମିନ ମିଳିଛି।  ବିଧାୟକ ଓ ତାଙ୍କ ଦୁଇ ସହଯୋଗୀଙ୍କୁ ମଧ୍ୟ ସର୍ତ୍ତମୂଳକ ଜାମିନ ଦେଇଛନ୍ତି ଜିଲ୍ଲା ଜଜ୍। ସମସ୍ତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଓ ବ୍ୟକ୍ତିଗତ ମୁଚାଲିକାରେ ଜାମିନ ମିଳିଥିବା ଜଣାଯାଇଛି। କାହାକୁ ଧମକ ଚମକ ନ ଦେବା ସହ ତଦନ୍ତ ପ୍ରକ୍ରିୟାରେ ସହଯୋଗ କରିବାକୁ କୋର୍ଟ ସର୍ତ୍ତ ରଖିଛନ୍ତି। […]

suabas

suabas

Tapaswini Nayak
  • Published: Saturday, 07 May 2022
  • Updated: 07 May 2022, 02:53 PM IST

Sports

Latest News

ଦେବଗଡ଼ (ଓଡ଼ିଶା ରିପୋର୍ଟର): ତିଳେଇବଣି ବିଡ଼ିଓଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ବରିଷ୍ଠ ବିଜେପି ନେତା ତଥା ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କୁ ଜାମିନ ମିଳିଛି।  ବିଧାୟକ ଓ ତାଙ୍କ ଦୁଇ ସହଯୋଗୀଙ୍କୁ ମଧ୍ୟ ସର୍ତ୍ତମୂଳକ ଜାମିନ ଦେଇଛନ୍ତି ଜିଲ୍ଲା ଜଜ୍। ସମସ୍ତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଓ ବ୍ୟକ୍ତିଗତ ମୁଚାଲିକାରେ ଜାମିନ ମିଳିଥିବା ଜଣାଯାଇଛି। କାହାକୁ ଧମକ ଚମକ ନ ଦେବା ସହ ତଦନ୍ତ ପ୍ରକ୍ରିୟାରେ ସହଯୋଗ କରିବାକୁ କୋର୍ଟ ସର୍ତ୍ତ ରଖିଛନ୍ତି।

ମେ’ ୧ ତାରିଖ ଶନିବାର ଦିନ ତିଳେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କ ଏତଲା ଆଧାରରେ ଦେବଗଡ଼ ପୁଲିସ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କୁ ଭୁବନେଶ୍ୱର ସ୍ଥିତ ତାଙ୍କ ସରକାରୀ ବାସଭବନରୁ ଗିରଫ କରିଥିଲା। ବିଧାୟକଙ୍କ ସହିତ ତାଙ୍କ ଦୁଇ ଜଣ ସହଯୋଗୀ ଅକାଳୁ ଧଳ ଓ କୁମରମଣି ସାହୁଙ୍କୁ ମଧ୍ୟ ଗିରଫ  କରାଯାଇଥିଲା।

ରବିବାର ଜାମିନ ନାମଞ୍ଜୁର ହୋଇଯିବାରୁ ବିଧାୟକଙ୍କୁ ୭ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ବେଳେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ସେହି ଦିନ ରାତିରେ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ହେବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos