ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାମାସ ତୃତୀୟ ସପ୍ତାହରୁ ଆରମ୍ଭ ହେବାକୁ ଥିବା ବିଧାନସଭା ବଜେଟ୍ ଅଧିବେଶନକୁ ସମ୍ପୂର୍ଣ୍ଣ ଭାବେ ପେପରଲେସ୍ ହେବ। ଏଥିପାଇଁ ଆବଶ୍ୟକ ପଦକ୍ଷେପ ନିଆଯାଉଛି ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି।
ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବାଚସ୍ପତି ଶ୍ରୀ ପାତ୍ର କହିଛନ୍ତି ଯେ, ବିଧାନସଭା ବଜେଟ୍ ଅଧିବେଶନରେ ଅନଲାଇନ୍ ପ୍ରଶ୍ନୋତ୍ତର ହେବ। ଅନଲାଇନରେ ସମସ୍ତ ବିଧାୟକ ପ୍ରଶ୍ନ ପଚାରିବେ। ବିଧାୟକମାନେ ପଚାରିଥିବା ପ୍ରଶ୍ନର ଉତ୍ତର ସେମାନଙ୍କୁ ସେମାନଙ୍କ ମୋବାଇଲ ସ୍ମାର୍ଟଫୋନ୍ ମାଧ୍ୟମରେ ପ୍ରଦାନ କରାଯିବ। ନାଭା ଆପ୍ ଜରିଆରେ ବିଧାୟକମାନେ ସବୁ ତଥ୍ୟ ପାଇପାରିବେ। ବିଧାନସଭାକୁ ପେପରଲେସ୍ କରିବା ପାଇଁ ଏଭଳି ପଦକ୍ଷେପ ନିଆଯାଉଛି ବୋଲି ବାଚସ୍ପତି ଶ୍ରୀ ପାତ୍ର କହିଛନ୍ତି।
ବିଧାନସଭାର ବଜେଟ୍ ଅଧିବେଶନ ଫେବୃୟାରୀ ୨୩ରୁ ଆରମ୍ଭ ହେବାର ସମ୍ଭାବନା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।