ଥାନା, ଡାକ୍ତରଖାନାରେ ଆରମ୍ଭ ହେଲା ‘ମୋ ସରକାର’: ମାର୍ଚ୍ଚ ୫ରୁ ସବୁ ବିଭାଗରେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଗାନ୍ଧି ଜୟନ୍ତୀରୁ ରାଜ୍ୟର ସମସ୍ତ ଥାନା, ୩ଟି ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ୨୧ଟି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ୟାପିଟାଲ ହସ୍ପିଟାଲ ଓ ଶହୀଦ ନଗର ଥାନାକୁ ଯାଇ ସେଠାରେ ମୋ ସରକାର ଲୋଗୋ ଓ କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ବାର୍ତ୍ତା ସମ୍ବଳିତ ଫଳକ ଉନ୍ମୋଚନ କରିଛନ୍ତି। ଏହା ସହିତ ଆସନ୍ତାବର୍ଷ ମାର୍ଚ୍ଚ ୫ତାରିଖ ବିଜୁ ପଟ୍ଟନାୟକ ଜୟନ୍ତୀରୁ […]

naveen

naveen

Manoranjan Sial
  • Published: Wednesday, 02 October 2019
  • Updated: 02 October 2019, 10:18 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଗାନ୍ଧି ଜୟନ୍ତୀରୁ ରାଜ୍ୟର ସମସ୍ତ ଥାନା, ୩ଟି ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ୨୧ଟି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ୟାପିଟାଲ ହସ୍ପିଟାଲ ଓ ଶହୀଦ ନଗର ଥାନାକୁ ଯାଇ ସେଠାରେ ମୋ ସରକାର ଲୋଗୋ ଓ କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ବାର୍ତ୍ତା ସମ୍ବଳିତ ଫଳକ ଉନ୍ମୋଚନ କରିଛନ୍ତି। ଏହା ସହିତ ଆସନ୍ତାବର୍ଷ ମାର୍ଚ୍ଚ ୫ତାରିଖ ବିଜୁ ପଟ୍ଟନାୟକ ଜୟନ୍ତୀରୁ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗକୁ ‘ମୋ ସରକାର’ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ କରାଯିବ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ନବୀନ ନିବାସରୁ ୮ଜଣ ଲୋକଙ୍କ ସହ ଫୋନ୍ ଯୋଗେ ସିଧାସଳଖ କଥା ହୋଇ ଥାନା ଓ ଡାକ୍ତରଖାନାରେ ମିଳୁଥିବା ସେବା ଓ ବ୍ୟବସ୍ଥା ସମ୍ପର୍କରେ ମତାମତ ଲୋଡ଼ିଥିଲେ। ମୋ ସରକାର ପୋର୍ଟାଲରୁ ବିକ୍ଷିପ୍ତ ଭାବେ ସଂଗୃହୀତ ୮ଟି ଫୋନ୍ ନମ୍ବରକୁ ଶ୍ରୀ ପଟ୍ଟନାୟକ ଫୋନ୍ କରିଥିଲେ। ଥାନା ଓ ଡାକ୍ତରଖାନା ସମ୍ପର୍କରେ ଲୋକମାନେ ନିଜର ମତାମତ ଦେଇଥିଲେ।

ଆଜିଠୁ ରାଜ୍ୟର ସମସ୍ତ ଥାନା ଓ ୨୧ଟି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ୩ଟି ସରକାରୀ ମେଡିକାଲ କଲେଜରେ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଅକ୍ଟୋବର ୩୦ତାରିଖ ସୁଦ୍ଧା ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏହା କାର୍ଯ୍ୟକାରୀ ହେବ। ଆସନ୍ତାବର୍ଷ ମାର୍ଚ୍ଚ ୫ତାରିଖ ସୁଦ୍ଧ ରାଜ୍ୟର ସବୁ ବିଭାଗରେ ଏହି ଯୋଜନା କାର୍ଯ୍ୟକାରୀ ହେବ।

ସୂଚନାଯୋଗ୍ୟ, ଗତ ଅଗଷ୍ଟ ୧୫ତାରିଖ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ‘ମୋ ସରକାର’ କାର୍ଯ୍ୟକ୍ରମ ବିଷୟରେ ଘୋଷଣା କରିଥିଲେ। ସରକାରୀ କାର୍ଯ୍ୟାଳୟକୁ ବିଭିନ୍ନ ସେବା ପାଇଁ ଆସୁଥିବା ଲୋକମାନଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ ସହ ସେବା ଯୋଗାଇ ଦେବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ।

ମୋ’ ସରକାର କାର୍ଯ୍ୟକ୍ରମ ପାଇଁ ରାଜ୍ୟ ସରକାର ଏକ ଟୋଲ୍ ଫ୍ରି ନମ୍ବର ୧୪୫୪୫  ଜାରି କରିଛନ୍ତି। ଏହି ନମ୍ବରକୁ ମିସ୍ କଲ ଦେଇ ସାଧାରଣ ଲୋକେ ଥାନା ଓ ଡାକ୍ତରଖାନା ସମ୍ପର୍କିତ ନିଜର ଅଭିଯୋଗ ପଞ୍ଜିକରଣ କରିପାରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story