ପୁରୀ(ମଧୁସୂଦନ ମିଶ୍ର): ଶ୍ରୀମନ୍ଦିରର ଚାହାଣି ମଣ୍ଡପରେ ଛିଡ଼ା ହୋଇ ଜଣେ ଯୁବକ ମୋବାଇଲରେ କଥା ହେଉଥିବା ନେଇ ଏକ ଫଟୋ ସୋଶାଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ଏହି ଯୁବକ ଜଣକ କିଏ? କିପରି ନିଜ ମୋବାଇଲକୁ ଶ୍ରୀ ମନ୍ଦିର ଭିତରକୁ ନେଲେ ଓ ଘଣ୍ଟା ଘଣ୍ଟା ଧରି କଥା ହେଉଥିଲେ ତାକୁ ନେଇ ଶ୍ରୀମନ୍ଦିର ସୁରକ୍ଷା ଉପରେ ପ୍ରଶ୍ନ ଉଠିଛି।
ବିଭିନ୍ନ ସମୟରେ ଶ୍ରୀମନ୍ଦିର ଭିତର ଭିଜୁଆଲ ଓ ଫଟୋ ସୋଶାଲ ମିଡିଆରେ ଭାଇରାଲ ହେବା ପରେ ପୁଲିସ୍ ତତ୍ପର ହୋଇ ପଡୁଛି। ହେଲେ ମନ୍ଦିର ଭିତରେ ଫଟୋ ଉଠାଯାଉଥିବା ସମୟରେ ହେଉ କି ମୋବାଇଲ ନେବା ସମୟରେ ପୁଲିସ୍ କିପରି ଜାଣି ପାରୁନାହିଁ ବୋଲି ସାଧାରଣରେ ପ୍ରଶ୍ନ ଉଠିଛି। ଗତ କିଛି ମାସ ତଳେ ଶ୍ରୀମନ୍ଦିର ଆନନ୍ଦ ବଜାର ଓ ସ୍ନାନ ମଣ୍ଡପ ପାଖ ଭିଡିଓ ଓ ଫଟୋ ବି ଭାଇରାଲ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।