ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗୁରୁବାରଠାରୁ ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷିବ! ବଙ୍ଗୋପସାଗର ମଧ୍ୟରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ମାତ୍ରାଧିକ ଉଷ୍ମ ଜଳୀୟ ବାଷ୍ପର ପ୍ରଭାବରେ ଗୁରୁବାର ଓ ଶୁକ୍ରବାର ଓଡ଼ିଶାରେ କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
https://twitter.com/mcbbsr/status/1488809088766992384?s=20&t=5H8W-KpAoi3ZVasuS2JgUQ
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପକ୍ଷରୁ ଜାରି ବୁଲେଟିଂରୁ ପ୍ରକାଶ, ୩ ତାରିଖ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ଭିତରେ ସୋନପୁର, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି କିଛି ସ୍ଥାନ ମଧ୍ୟ ବର୍ଷା ହୋଇପାରେ। ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡ଼ି ସହ ବର୍ଷା ହେବାରେ ସମ୍ଭାବନା ଥିବାରୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
https://twitter.com/mcbbsr/status/1488675240314273792?s=20&t=5H8W-KpAoi3ZVasuS2JgUQ
ଠିକ୍ ସେହିପରି ୪ ତାରିଖ ସକାଳ ସାଢ଼େ ୮ଟାରୁ ୫ ସକାଳ ସାଢ଼େ ୮ଟା ଭିତରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।