ଦୁଇ ଦିନ ଭିଜିବ ଓଡ଼ିଶା, ହେବ କୁଆପଥର ମାଡ଼!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମା ଝଡ଼ ଆଗମନର ଆଶଙ୍କା  ଓ ବଙ୍ଗୋପସାଗର ଅଞ୍ଚଳରୁ ରାଜ୍ୟକୁ ପ୍ରବେଶ କରୁଥିବା ଜଳୀୟବାଷ୍ପ  ପ୍ରଭାବରେ ଫେବ୍ରୁଆରୀ ୩ ତାରିଖରୁ ରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୪ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ଅନୁମାନ କରାଯାଉଛି। ଏହାଛଡ଼ା ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ଆକଳନ କରାଯାଇଛି। ଏ ସମ୍ପର୍କରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।     ✔️ଆଗାମୀ ୩ ରୁ […]

rain

Manoranjan Sial
  • Published: Tuesday, 01 February 2022
  • , Updated: 01 February 2022, 04:57 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମା ଝଡ଼ ଆଗମନର ଆଶଙ୍କା  ଓ ବଙ୍ଗୋପସାଗର ଅଞ୍ଚଳରୁ ରାଜ୍ୟକୁ ପ୍ରବେଶ କରୁଥିବା ଜଳୀୟବାଷ୍ପ  ପ୍ରଭାବରେ ଫେବ୍ରୁଆରୀ ୩ ତାରିଖରୁ ରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୪ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ଅନୁମାନ କରାଯାଉଛି। ଏହାଛଡ଼ା ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ଆକଳନ କରାଯାଇଛି। ଏ ସମ୍ପର୍କରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

 

 

https://twitter.com/mcbbsr/status/1488323460036435968?s=20&t=wmjwsuqSEEM6-uEFcMb4Ew

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିଂ ଅନୁସାରେ ଫେବ୍ରୁଆରୀ ୩ ତାରିଖ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ଭିତରେ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଉତ୍ତର ଓଡ଼ିଶାର ଅବଶିଷ୍ଟ ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାର ସୋନପୁର, ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼,  ମୟୂରଭଞ୍ଜ, ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ଅନୁମାନ କରାଯାଇଛି। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1488439551232118785?s=20&t=wmjwsuqSEEM6-uEFcMb4Ew

ଠିକ୍‌ ସେହିପରି ୪ ତାରିଖ ସକାଳ ସାଢ଼େ ୮ଟାରୁ ୫ ତାରିଖ ସକାଳ ସାଢ଼େ ୮ଟା ଭିତରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related story