Advertisment

ପ୍ରଦୀପ୍ତ ଓ ରଘୁନାଥଙ୍କ କଥା ବୁଝିଲେ ମୋଦି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବା ବିରୋଧୀ ଦଳ ପ୍ରଦୀପ୍ତ ନାଏକ ଏବଂ ରାଜ୍ୟସଭା ସଦସ୍ୟ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ପରିବାର ଲୋକଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ଆଜି ଫୋନ୍ ଯୋଗେ ପ୍ରଦୀପ୍ତ ନାଏକଙ୍କ ପତ୍ନୀ ଏବଂ ରଘୁନାଥ ମହାପାତ୍ରଙ୍କ ପୁଅଙ୍କ ସହ କଥା ହୋଇ ଉଭୟଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିଥିଲେ । ଉଭୟେ କରୋନାରେ ଆକ୍ରାନ୍ତ ହେବା ପରେ ଭୁବନେଶ୍ୱର ଏମ୍ସର କୋଭିଡ୍ ଆଇସିୟୁରେ ଚିକିତ୍ସାଧୀନ […]

ଅଦ୍ୟତନ ହୋଇଛି
ପ୍ରଦୀପ୍ତ ଓ ରଘୁନାଥଙ୍କ କଥା ବୁଝିଲେ ମୋଦି  

789

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବା ବିରୋଧୀ ଦଳ ପ୍ରଦୀପ୍ତ ନାଏକ ଏବଂ ରାଜ୍ୟସଭା ସଦସ୍ୟ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ପରିବାର ଲୋକଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ଆଜି ଫୋନ୍ ଯୋଗେ ପ୍ରଦୀପ୍ତ ନାଏକଙ୍କ ପତ୍ନୀ ଏବଂ ରଘୁନାଥ ମହାପାତ୍ରଙ୍କ ପୁଅଙ୍କ ସହ କଥା ହୋଇ ଉଭୟଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିଥିଲେ । ଉଭୟେ କରୋନାରେ ଆକ୍ରାନ୍ତ ହେବା ପରେ ଭୁବନେଶ୍ୱର ଏମ୍ସର କୋଭିଡ୍ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି।

Advertisment

ଏହାପୂର୍ବରୁ ଉଭୟଙ୍କୁ ଚିକିତ୍ସା କରୁଥିବା ଡାକ୍ତର, ଭୁବନେଶ୍ୱର ଏମ୍ସର ନିର୍ଦ୍ଦେଶିକା, ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଓ ଡାକ୍ତରଙ୍କ ସହିତ ଦିଲ୍ଲୀ ଏମ୍ସର ନିର୍ଦ୍ଦେଶକ ଡାକ୍ତର ରଣଦୀପ ଗୁଲେରିଆଙ୍କ ସହ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଏକ ଆଲୋଚନାର ଆୟୋଜନ କରାଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏଥିରେ ଉଭୟଙ୍କ ସ୍ୱାସ୍ଥ୍ୟାବସ୍ଥା ଓ ଚିକିତ୍ସା ସଂପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା।

ସୂଚନା ଅନୁଯାୟୀ, ରୋନାରେ ସଂକ୍ରମିତ ହୋଇ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ବିରୋଧି ଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି।

Advertisment

ଗତ ୧୯ ତାରିଖରେ ପ୍ରଦୀପ୍ତ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ ଏହାର ୫ ଦିନ ପରେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ କିଛି ଦିନ ଠିକ୍‌ ରହିବା ପରେ ପୁଣି ଥରେ ତାଙ୍କ ସ୍ୱାସ୍ଥ୍ୟ ବିଗିଡ଼ିବାକୁ ଆରମ୍ଭ କଲା। ପ୍ରଦୀପ୍ତଙ୍କ ଅକ୍ସିଜେନ ସ୍ତର ଓ ରକ୍ତଚାପ କ୍ରମଶଃ ହ୍ରାସ ପାଉଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି । ସେହିପରି ରାଜ୍ୟସଭା ସଦସ୍ୟ ପଦ୍ମବିଭୂଷଣ ରଘୁନାଥ ମହାପାତ୍ର ମଧ୍ୟ କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି।

Pradipta Nayak Raghunath Mohapatra
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe