ନଭେମ୍ବରରେ ଓଡ଼ିଶା ଆସିବେ ମୋଦି !

ଭୁବନେଶ୍ୱର: ଆସନ୍ତା ନଭେମ୍ବରରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତାଳଚେର ସାର କାରଖାନା ପୁନଃରୁଦ୍ଧାର କାର୍ଯ୍ୟର ଶୁଭାରମ୍ଭ ପାଇଁ ପ୍ରଧାନମନ୍ତ୍ରୀ ଆସିପାରନ୍ତି। କାରଖାନା ଶୁଭାରମ୍ଭ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରାଯିବ ବୋଲି ଧର୍ମେନ୍ଦ୍ର କହିଛନ୍ତି।