କାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ: ସହାୟତା ପାଇଁ ଦେଲେ ପ୍ରତିଶ୍ରୁତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ‘ଫୋନି’ରେ ପ୍ରଭାବିତ ଓଡ଼ିଶାକୁ ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିଶ୍ରୁତି ଦେଇଛନ୍ତି। ଏହାସହ ଆସନ୍ତାକାଲି ସେ ଓଡ଼ିଶା ଗସ୍ତରେ ଆସି ପରିସ୍ଥିତି ଅନୁଧ୍ୟାନ କରିବେ ବୋଲି କହିଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ କଥା ହୋଇ ସ୍ଥିତି ସଂପର୍କରେ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ସାରା ଦେଶ ବାତ୍ୟା ପ୍ରଭାବିତଙ୍କ ସହିତ ଅଛି। କେନ୍ଦ୍ର ସରକାରଙ୍କ ତରଫରୁ ଓଡ଼ିଶାକୁ ସବୁ ପ୍ରକାର ସାହାଯ୍ୟ ଯୋଗାଇ ଦିଆଯିବ।

modi

Jitendra Garnayak
  • Published: Sunday, 05 May 2019
  • , Updated: 05 May 2019, 11:09 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ‘ଫୋନି’ରେ ପ୍ରଭାବିତ ଓଡ଼ିଶାକୁ ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିଶ୍ରୁତି ଦେଇଛନ୍ତି। ଏହାସହ ଆସନ୍ତାକାଲି ସେ ଓଡ଼ିଶା ଗସ୍ତରେ ଆସି ପରିସ୍ଥିତି ଅନୁଧ୍ୟାନ କରିବେ ବୋଲି କହିଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ କଥା ହୋଇ ସ୍ଥିତି ସଂପର୍କରେ ଆଲୋଚନା କରିଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି, ସାରା ଦେଶ ବାତ୍ୟା ପ୍ରଭାବିତଙ୍କ ସହିତ ଅଛି। କେନ୍ଦ୍ର ସରକାରଙ୍କ ତରଫରୁ ଓଡ଼ିଶାକୁ ସବୁ ପ୍ରକାର ସାହାଯ୍ୟ ଯୋଗାଇ ଦିଆଯିବ।

Related story