ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଉପକଣ୍ଠ ଭରତପୁର ଅଞ୍ଚଳର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଜଣେ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ ହୋଇଛି। ଭରତପୁର ଜିଏ କଲୋନୀରେ ଇନ୍ଦିରା ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ୍ ରିସର୍ଚ୍ଚ ନାଁରେ ଥିବା ଏକ ପାରା ମେଡିକାଲ ଇନଷ୍ଟିଚ୍ୟୁଟ୍ର ମାଲିକ କୋଦଣ୍ଡ ସାହୁଙ୍କ ବିରୋଧରେ ଛାତ୍ରଛାତ୍ରୀ ଏଭଳି ଅଭିଯୋଗ ଆଣିଛନ୍ତି।
କୋଦଣ୍ଡ ବିଭିନ୍ନ ସମୟରେ ଛାତ୍ରୀମାନଙ୍କ ପ୍ରତି ଅଶ୍ଳୀଳ ଆଚରଣ ପ୍ରଦର୍ଶନ କରୁଥିଲେ । ଛାତ୍ରୀମାନେ ଆଜି ଏକାଠି ହୋଇ ଏହାର ବିରୋଧ କରିବା ସହ ତାଙ୍କୁ ଘେରାଉ କରିଥିଲେ। ପରେ ଅଭିଭାବକଙ୍କୁ ଡାକି ପୁଲିସକୁ ଖବର ଦେଇଥିଲେ।
ପୁଲିସ ଘଟଣାସ୍ଥଳରେ ପହଞ୍ଚି କୋଦଣ୍ଡଙ୍କୁ ଧରି ଥାନାକୁ ଆଣିଛି। ଏହି ଘଟଣାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।