ମହିଳାଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସହାୟତା ରାଶି ବୃଦ୍ଧି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହିଳାଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସହାୟତା ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ସହାୟତା ରାଶି ୫ ଲକ୍ଷରୁ ୭ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି। ଆଜି ସଚିବାଳୟରେ ‘ଆମ ଗାଁ ଆମ ବିକାଶ’ କାର୍ଯ୍ୟକ୍ରମ ଅବସରରେ ଏଭଳି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅଞ୍ଚଳର ମମତା ପଡିଆମୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଚିକିତ୍ସା ସହାୟତା ରାଶି ବୃଦ୍ଧି କରିବା ଲାଗି ମୁଖ୍ୟମନ୍ତ୍ରୀଙ୍କୁ […]

cm

Rakesh Mallick
  • Published: Wednesday, 27 June 2018
  • , Updated: 27 June 2018, 02:06 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହିଳାଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସହାୟତା ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ସହାୟତା ରାଶି ୫ ଲକ୍ଷରୁ ୭ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି। ଆଜି ସଚିବାଳୟରେ ‘ଆମ ଗାଁ ଆମ ବିକାଶ’ କାର୍ଯ୍ୟକ୍ରମ ଅବସରରେ ଏଭଳି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅଞ୍ଚଳର ମମତା ପଡିଆମୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଚିକିତ୍ସା ସହାୟତା ରାଶି ବୃଦ୍ଧି କରିବା ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ସେ ଦର୍ଶାଇଥିଲେ,ମହିଳାମାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଅଧିକ, ତେଣୁ ମହିଳାମାନଙ୍କ କଥା ସ୍ୱତନ୍ତ୍ର ଭାବେ ବିଚାର କରାଯାଉ। ସମ୍ପୃକ୍ତ ମହିଳାଙ୍କ ପ୍ରସ୍ତାବ ଆଧାରରେ ସହାୟତା ରାଶି ବୃଦ୍ଧି କରାଯାଇଥିବା ନେଇ ସୂଚନା ଦିଆଯାଇଛି।

ଚଳିତ ଜୁନ ୧୨ତାରିଖରେ ମୁଖ୍ୟମନ୍ତ୍ରୀ ଏହି ଯୋଜନା ସମ୍ପର୍କରେ ଘୋଷଣା କରିଥିଲେ। ଆସନ୍ତା ଅଗଷ୍ଟ ୧୫ରୁ ଏହା କାର୍ଯ୍ୟକାରୀ ହେବ।

 

 

Related story