ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ଭୁବନେଶ୍ୱର ଉପକଣ୍ଠ ଗିରିଙ୍ଗାପୁଟରେ ଏକ ହନୁ ମାଙ୍କଡ଼ ଆକ୍ରମଣରେ ଗତକାଲି ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ଖବର ପାଇ ଚନ୍ଦକା ବନ ବିଭାଗ ଟିମ୍ ଓ ନନ୍ଦନକାନନରୁ ଏକ ଟିମ୍ ପହଞ୍ଚି ଆଜି ଉତ୍ପାତିଆ ହନୁ ମାଙ୍କଡ଼କୁ ଟ୍ରାଙ୍କୁଲାଇଜ୍ କରିଛନ୍ତି। ଏହାପରେ ମାଙ୍କଡ଼ଟିକୁ ନନ୍ଦନକାନନ ପଠାଇ ଦିଆଯାଇଥିବା ଜଣାଯାଇଛି।
୨ ମାସ ଧରି ଗୋଟିଏ ହନୁ ମାଙ୍କଡ଼ ଉତ୍ପାତ ଚଳାଇଥିବା ବେଳେ ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ଉକ୍ତ ହନୁ ଆକ୍ରମଣରେ ଅଦ୍ୟାବଧି ୩୦ରୁ ଅଧିକ ଆହତ ହୋଇସାରିଲେଣି ।
ଚନ୍ଦକା ବନ ବିଭାଗ ଟିମ୍ ଏହି ହନୁ ମାଙ୍କଡ଼କୁ ପ୍ରଥମେ କାବୁ କରିବାକୁ ଚେଷ୍ଟା କରି ସଫଳ ହୋଇପାରି ନ ଥିଲେ। ଏହାପରେ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେବାକୁ ଆଜି ସକାଳେ ନନ୍ଦନକାଳନରୁ ଏକ ଟିମ୍ ପହଞ୍ଚି ମାଙ୍କଡ଼ଟିକୁ ଟ୍ରାଙ୍କୁଲାଇଜ୍ କରିବାରେ ସଫଳ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଲୁଟ୍ରେ ଯାଇଥିଲା ମହିଳାଙ୍କ ଜୀବନ; ୧୨ ଦିନ ପରେ ଝାରଖଣ୍ଡରୁ ଧରାପଡ଼ିଲା ଲୁଟେରା
ଏୟାଫିଲ୍ଡ ଥାନା ଲବଣଗିରି ଛକରେ ରାସ୍ତା ଶୂନ୍ଶାନ ଦେଖି ୟୁ.ବିଷ୍ଣୁ ପାତ୍ରଙ୍କ ବେକରେ ପଡ଼ିଥିବା ସୁନା ଚେନ୍ ଝାମ୍ପି ନେବାକୁ ଉଦ୍ୟମ କରିଥିଲେ ରାଜା। ହେଲେ ୟୁ.ବିଷ୍ଣୁ ପାତ୍ର ବାଇକ୍ରୁ ପଡ଼ି ଯାଇଥିଲେ।
Crime
ଶ୍ୱଶୁର ଘର ଆଗରେ ଯୌତୁକ ସାମଗ୍ରୀ ପୋଡ଼ିଦେଲେ ଜ୍ୱାଇଁ
ଯୌତୁକରେ ଆପାଚି ଗାଡ଼ି ଓ ନଗଦ ଟଙ୍କା ଦାବି କରିଥିଲେ ବିଜୟ। ହେଲେ ଏଥିରେ ମମତା ରାଜି ନହେବାରୁ ଆରମ୍ଭ ହୋଇଥିଲା ନାନା ନିର୍ଯାତନ। ଅଭିଯୋଗ ଅନୁସାରେ ମମତାଙ୍କୁ ତାଙ୍କ ସ୍ୱାମୀ ବିଜୟ ଓ ଶାଶୁ ମାଡ଼ ମାରୁଥିଲେ। ଯୌତୁକ ଆଣିବା ପାଇଁ ବାଧ୍ୟ କରୁଥିଲେ।
Accident
ଗଛରେ ପିଟିହେଲା ପିକ୍ଅପ୍; ୨ ଜଣଙ୍କ ମୃତ୍ୟୁ
ଆଜି ଅପରାହ୍ନ ପ୍ରାୟ ସାଢ଼େ୨ଟା ହେବ। ପାଟଣାଗଡ଼ରୁ ପଦ୍ମପୁର ଅଭିମୁଖେ ଯାଉଥିବା ଏକ ଦ୍ରୁତଗାମୀ ପିକ୍ଅପ୍ ଭ୍ୟାନ୍ଟି ପଢେଲ ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଗଛରେ ପିଟି ହୋଇଯାଇଥିଲା।
Guest Column
ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଭୂମି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ବନ୍ଧୁଗଣ! ଓଡ଼ିଶାର ସନ୍ଥ କବି ଭୀମ ଭୋଇ କହିଥିଲେ, ମୋ ଜୀବନ ପଛେ ନର୍କେ ପଡ଼ିଥାଉ, ଜଗତ ଉଦ୍ଧାର ହେଉ। ଏହାର ଭାବାର୍ଥ ହେଉଛି ଯେ ମୋତେ ଯେତେ ଯନ୍ତ୍ରଣା ସହିବାକୁ ପଡ଼ୁ ପଛେ...କିନ୍ତୁ ଦୁନିଆକୁ ରକ୍ଷା କରାଯାଉ। ଏହା ମଧ୍ୟ ଓଡ଼ିଶାର ସଂସ୍କୃତି। ଓଡ଼ିଶା ସମଗ୍ର ଦେଶ ତଥା ସମଗ୍ର ମାନବ ସମାଜର ସେବା କରୁଛି।