ଓଡ଼ିଶାକୁ କେବେ ଆସିବ ମୌସୁମୀ ?

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ମୌସୁମୀ ଆସିବାରେ ବିଳମ୍ବ ହେଉଛି। ଓଡ଼ିଶାରେ ମୌସୁମୀ ବାୟୁ ବିଳମ୍ବରେ ପହଞ୍ଚିବ। ଆସନ୍ତା ୬ ତାରିଖରେ ମୌସୁମୀ କେରଳରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମୌସୁମୀ ଏବେ ଆଣ୍ଡାମାନକୁ ପ୍ରଭାବିତ କରି ଆଗକୁ ବଢ଼ୁଛି। ୬ରେ କେରଳ ଛୁଉଁଥିବାରୁ ଓଡ଼ିଶାକୁ ଆସିବାରେ ବିଳମ୍ବ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗର ଏଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛି। ତେବେ ଓଡ଼ିଶାରେ ଆସନ୍ତା ୩-୪ ଦିନ ପର୍ଯ୍ୟନ୍ତ […]

678

678

Tapas Behera
  • Published: Monday, 03 June 2019
  • Updated: 03 June 2019, 05:11 PM IST

Sports

Latest News

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ମୌସୁମୀ ଆସିବାରେ ବିଳମ୍ବ ହେଉଛି। ଓଡ଼ିଶାରେ ମୌସୁମୀ ବାୟୁ ବିଳମ୍ବରେ ପହଞ୍ଚିବ। ଆସନ୍ତା ୬ ତାରିଖରେ ମୌସୁମୀ କେରଳରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ମୌସୁମୀ ଏବେ ଆଣ୍ଡାମାନକୁ ପ୍ରଭାବିତ କରି ଆଗକୁ ବଢ଼ୁଛି। ୬ରେ କେରଳ ଛୁଉଁଥିବାରୁ ଓଡ଼ିଶାକୁ ଆସିବାରେ ବିଳମ୍ବ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗର ଏଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛି।

ତେବେ ଓଡ଼ିଶାରେ ଆସନ୍ତା ୩-୪ ଦିନ ପର୍ଯ୍ୟନ୍ତ ପ୍ରାକ୍-ମୌସୁମୀ ଜନିତ ବର୍ଷା ହେବ ବୋଲି ସେ କହିଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos