ଓଡ଼ିଶା ଛାଡ଼ିଲା ‘ମୌସୁମୀ’

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ମଧ୍ୟରେ ଓଡ଼ିଶାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ଭାବେ ଫେରିଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଜୁନ୍ ୮ ତାରିଖରେ ଓଡ଼ିଶା ଉପକୂଳ ଛୁଇଁଥିଲା। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ଏକ ସ୍ୱତନ୍ତ୍ର ବୁଲେଟିନ୍ ଅନୁସାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସମଗ୍ର ଓଡ଼ିଶାରୁ ଅକ୍ଟୋବର ୫ରେ ଫେରିଯାଇଛି। ତେବେ ଦକ୍ଷିଣ ବଙ୍ଗୋପସାଗର ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ […]

monsoon

Jitendra Garnayak
  • Published: Saturday, 06 October 2018
  • , Updated: 06 October 2018, 08:39 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ମଧ୍ୟରେ ଓଡ଼ିଶାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ଭାବେ ଫେରିଯାଇଛି।

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଜୁନ୍ ୮ ତାରିଖରେ ଓଡ଼ିଶା ଉପକୂଳ ଛୁଇଁଥିଲା। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ଏକ ସ୍ୱତନ୍ତ୍ର ବୁଲେଟିନ୍ ଅନୁସାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସମଗ୍ର ଓଡ଼ିଶାରୁ ଅକ୍ଟୋବର ୫ରେ ଫେରିଯାଇଛି।

ତେବେ ଦକ୍ଷିଣ ବଙ୍ଗୋପସାଗର ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ ଅକ୍ଟୋବର ୮ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।ଏହା ଆସନ୍ତା ୭୨ ଘଣ୍ଟା ମଧ୍ୟରେ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳମୁହାଁ ହେବ ବୋଲି ପାଣିପାଗ ବିଭାଗ ସୂତ୍ରରୁ ସୂଚନା ମିଳିଛି।

ଏହାର ପ୍ରଭାବରେ ଅକ୍ଟୋବର ୧୦ ତାରିଖରୁ ବର୍ଷା ପରିମାଣ ବୃଦ୍ଧି ପାଇବାର ଆଶଙ୍କା ରହିଛି। ସୂତ୍ର ଅନୁସାରେ ଚଳିତ ମୌସୁମୀରେ ରାଜ୍ୟରେ ହାରାହାରି ୧୧.୩ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି। ୧୧ଟି ଜିଲ୍ଲାରେ ହାରାହାରି ୧୯ ପ୍ରତିଶତରୁ ଅଧିକ ବର୍ଷା ହୋଇଥିବାବେଳେ ବାକି ୧୯ଟି ଜିଲ୍ଲାରେ ଜୁନ୍ ୧ରୁ ଅକ୍ଟୋବର ୫ ତାରିଖ ମଧ୍ୟରେ ସ୍ୱାଭାବିକ ବର୍ଷା ହୋଇଛି।

Related story