Advertisment

Allowance: ବଢ଼ିଲା ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା

ଗ୍ରାମାଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଅପରାଧୀ ଚିହ୍ନଟ ପ୍ରକ୍ରିୟାରେ ଗ୍ରାମରକ୍ଷୀମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ।

author-image
Jitendra Garnayak
Mohan

ଗ୍ରାମରକ୍ଷୀଙ୍କ ପାଇଁ ଖୁସି ଖବର। ବଢ଼ିଲା ସେମାନଙ୍କ ମାସିକ ଭତ୍ତା। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କରିଛନ୍ତି ଏହି ଘୋଷଣା। ସରକାର ସେମାନଙ୍କ ମାସିକ ଭତ୍ତାରେ ୭୦୦ ଟଙ୍କା ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀମାନେ ମାସିକ ୨,୫୦୦ ଟଙ୍କା ଭତ୍ତା ପାଇବେ। ପୂର୍ବରୁ ସେମାନେ ଭତ୍ତା ବାବଦକୁ ମାସିକ ୧୮୦୦ ଟଙ୍କା ପାଉଥିଲେ। 

Advertisment

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍ ରିଲିଜ୍‌ରେ କୁହାଯାଇଛି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ।

ଏଥି ସହିତ ସପ୍ତାହକୁ ଥରେ ସେମାନେ ଯେଉଁ ଥାନା ଅଧୀନରେ କାମ କରୁଥିବେ, ସେଠାକୁ ଯାଇ ସେମାନଙ୍କ ଉପସ୍ଥାନ ଦେବାର ବ୍ୟବସ୍ଥା କରାଯାଇଛି ବୋଲି ଏଥିରେ ଉଲ୍ଲେଖ କରାଯାଇଛି।

Advertisment

ସୂଚନାଯୋଗ୍ୟ, ଗ୍ରାମାଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଅପରାଧୀ ଚିହ୍ନଟ ପ୍ରକ୍ରିୟାରେ ଗ୍ରାମରକ୍ଷୀମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ।