ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ଜିଲ୍ଲାରେ ଜଣେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି।
ତେବେ ଜିଲ୍ଲାର କୋଭିଡ୍-୧୯ ପର୍ଯ୍ୟବେକ୍ଷକ ମଧୁସୂଦନ ପାଢ଼ୀ କହିଛନ୍ତି,“ ଖାଲି ପଶ୍ଚିମବଙ୍ଗ ନୁହେଁ ଅନ୍ୟ ରାଜ୍ୟରୁ ବହୁ ଲୋକ ବାଲେଶ୍ୱର ଆସିବେ। ଯେତିକି ପଞ୍ଜୀକରଣ କରିଛନ୍ତି ସମସ୍ତେ ଆସି ନ ପାରନ୍ତି। ତଥାପି ପ୍ରାୟ ୪୦ ହଜାର ପର୍ଯ୍ୟନ୍ତ ପ୍ରବାସୀ ଫେରିପାରନ୍ତି। ଦିନକ ପୂର୍ବରୁ ବାଲେଶ୍ୱର ଜିଲ୍ଲାକୁ ଫେରିବା ପାଇଁ ୪୦ ହଜାର ପଞ୍ଜୀକରଣ କରିଥିଲେ। ପଞ୍ଜୀକରଣ କରିଥିବା ଲୋକଙ୍କ ପରିବାର ମିଶିଲେ ୭୦/୭୫ ହଜାର ହେବେ।”
ସୂଚନାଯୋଗ୍ୟ, ବାଲେଶ୍ୱର ଜିଲ୍ଲାରେ ପଜିଟିଭ୍ ସଂଖ୍ୟା ବଢ଼ୁଥିବାରୁ ୬୦ ଘଣ୍ଟା ପାଇଁ ସରକାର ଶଟ୍ଡାଉନ୍ ଘୋଷଣା କରିଥିଲେ। ଏହି ସମୟରେ ସମସ୍ତ ଯାନବାହନ ଚଳାଚଳ ବନ୍ଦ ରହିଥିଲା। ଏଥିସହ କେବଳ ଔଷଧ ଦୋକାନକୁ ଛାଡ଼ିଦେଲେ ସମସ୍ତ ଦୋକାନ ବଜାର ବନ୍ଦ ରହିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...