ରାଜ୍ୟରେ ଆଉ ୧୫୦୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୫୦୩  କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କୋରନା ଆକ୍ରାନ୍ତଙ୍କ ସଂଖ୍ୟା୨୬୮୯୨ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୬,୭୯୨ ସୁସ୍ଥ ହୋଇସାରିଥିବା ବେଳେ ୯,୯୧୯ ଚିକିତ୍ସାଧୀନ ଅଛନ୍ତି। ୨୮ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଏହି ୧୫୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୦୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୦୧ଟି ହେଉଛି ଲୋକାଲ୍ କେସ୍। ନୂଆ […]

corona-2.3

corona-2.3

Jitendra Garnayak
  • Published: Monday, 27 July 2020
  • Updated: 27 July 2020, 10:19 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୫୦୩  କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କୋରନା ଆକ୍ରାନ୍ତଙ୍କ ସଂଖ୍ୟା୨୬୮୯୨ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୬,୭୯୨ ସୁସ୍ଥ ହୋଇସାରିଥିବା ବେଳେ ୯,୯୧୯ ଚିକିତ୍ସାଧୀନ ଅଛନ୍ତି।

୨୮ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ଏହି ୧୫୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୦୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୦୧ଟି ହେଉଛି ଲୋକାଲ୍ କେସ୍। ନୂଆ କରି ଚିହ୍ନଟ ହୋଇଥିବା ଏହି ୧୫୦୩ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୯୧ ଜଣ ଥିବା ବେଳେ ଖୋର୍ଦ୍ଧାରୁ ୨୨୩ ଜଣ ଅଛନ୍ତି। ସେହିପରି କଟକରୁ ୧୩୬ ଜଣ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ାରୁ ୬୮ ଓ ସୁନ୍ଦରଗଡ଼ରୁ ୫୭ ଜଣ ଚିହ୍ନଟ ହୋଇଛନ୍ତି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos