ଆହୁରି ବଢ଼ିବ ତାତି, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅସହ୍ୟ ଗରମ ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିବା ଆରମ୍ଭ କରିଦେଇଛି। ଆଗକୁ ମଧ୍ୟ ଆହୁରି ଗ୍ରୀଷ୍ମ ପ୍ରବାହ ହେବ ବେଲି ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦିନର ତାପମାତ୍ରା ୨ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଅର୍ଥାତ ଆଗାମୀ ଦୁଇ ଦିନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ। ଏ ନେଇ ପାଣିପାଗ ବିଭାଗ ଏପ୍ରିଲ୍ ୨ ତାରିଖ […]

Heat Wave

Ranjit Kumar Jena
  • Published: Tuesday, 30 March 2021
  • , Updated: 30 March 2021, 03:37 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅସହ୍ୟ ଗରମ ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିବା ଆରମ୍ଭ କରିଦେଇଛି। ଆଗକୁ ମଧ୍ୟ ଆହୁରି ଗ୍ରୀଷ୍ମ ପ୍ରବାହ ହେବ ବେଲି ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦିନର ତାପମାତ୍ରା ୨ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଅର୍ଥାତ ଆଗାମୀ ଦୁଇ ଦିନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ।

ଏ ନେଇ ପାଣିପାଗ ବିଭାଗ ଏପ୍ରିଲ୍ ୨ ତାରିଖ ଯାଏ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହି ୨୦ ଜିଲ୍ଲା ଗୁଡିକ ହେଲେ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ବରଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର। ଏହି ଜିଲ୍ଲାର ଲୋକମାନଙ୍କୁ ଅଧିକ ସତର୍କ ରହିବାକୁ ପାଣିପାଗ ବିଭାଗ ସୂଚନା ଦେଇଛି।

ସେହିପରି ୩ ତାରିଖରୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିପାରେ। ଏପ୍ରିଲ୍ ୩ରୁ ୪ ତାରିଖ ଭିତରେ ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ବିଶେଷକରି ଉପକୂଳବର୍ତ୍ତୀ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ରାୟଗଡ଼ା ଓ କୋରାପୁଟରେ ବର୍ଷା ହେବାର ସମ୍ଭାବନା ରହିଛି।

ଉପକୂଳବର୍ତ୍ତୀ ଓଡ଼ିଶାର କିଛି ଜିଲ୍ଲା ଯଥା ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର ଓ କୋରାପୁଟରେ ଘଡ଼ଘଡ଼ି ଏବଂ ବିଜୁଳି ସହ ପବନର ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ବୋହିବାର ସମ୍ଭାବନା ରହିଛି।

Related story