ଲଘୁଚାପ ସକ୍ରିୟ, ଆହୁରି ୫ ଦିନ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାର ମଧ୍ୟଭାଗ ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ସ୍ପଷ୍ଟ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି ରହିଛି। ଆଗକୁ ମଧ୍ୟ ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍ରେ କୁହାଯାଇଛି, ୧୩ ତାରିଖ ସକାଳ ସାଢ଼େ ୮ଟା ଯାଏ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ଗଜପତି ଓ ନୟାଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ସମୟରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ରାୟଗଡ଼ା, ଗଜପତି, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୋଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ଯାଏ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଓଡ଼ିଶାର ମଧ୍ୟଭାଗ ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ସୁଦୃଶଃ -ଲଘୁଚାପ କ୍ଷେତ୍ର ଏବଂ ଏହା ସହିତ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି | pic.twitter.com/byVZv6omD7
— Meteorological Centre, Bhubaneswar (@mcbbsr) July 12, 2022
୧୩ ତାରିଖ ସକାଳ ସାଢ଼େ ୮ଟାରୁ ୧୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, ନୂଆପଡ଼ା, ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ରେକର୍ଡ କରାଯାଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧୪ ତାରିଖ ସକାଳ ସାଢ଼େ ୮ଟାରୁ ୧୫ ତାରିଖ ସକାଳ ସାଢ଼େ ୮ଟା ଯାଏ ପୁରୀ, ଗଜପତି, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ବୌଦ୍ଧ, ସମ୍ୱଲପୁର, ସୋନପୁର ଓ ବରଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଭଦ୍ରକ, ବାଲେଶ୍ୱର, ଗଜପତି, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ଦେବଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
#Warning for Day-1 to Day-5 pic.twitter.com/w12jcjIAuC
— Meteorological Centre, Bhubaneswar (@mcbbsr) July 12, 2022
୧୫ ତାରିଖ ସକାଳ ସାଢ଼େ ୮ଟାରୁ ୧୬ ତାରିଖ ସକାଳ ସାଢ଼େ ୮ଟା ଭିତରେ ବଲାଙ୍ଗିର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ ଓ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଅନୁଗୁଳୁ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧୬ ତାରିଖ ସକାଳ ସାଢ଼େ ୮ଟାରୁ ୧୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, ସମ୍ୱଲପୁର, ସୋନପୁର, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
#Weather briefing by #Head & Scientist-E Dr. H.R. Biswas for next five days, based on 0830 Hrs IST observation of #12th July 2022.https://t.co/qnU1A92Cwh
— Meteorological Centre, Bhubaneswar (@mcbbsr) July 12, 2022
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।